9ପୁଣି, ସେମାନେ ତାହା ନେଇଗଲା ଉତ୍ତାରେ ଏପରି ହେଲା ଯେ, ସଦାପ୍ରଭୁଙ୍କ ହସ୍ତ ନଗର ବିରୁଦ୍ଧରେ ଅତି ମହା ବ୍ୟାକୁଳତାଜନକ ହେଲା; ପୁଣି, ସେ ନଗରସ୍ଥ ସାନ ବଡ଼ ଉଭୟଙ୍କୁ ଆଘାତ କଲେ ଓ ସେମାନଙ୍କଠାରେ ଅର୍ଶ ରୋଗ ବାହାରିଲା।
10ତହୁଁ ସେମାନେ ଇକ୍ରୋଣକୁ ପରମେଶ୍ୱରଙ୍କ ସିନ୍ଦୁକ ପଠାଇଲେ। ତହିଁରେ ପରମେଶ୍ୱରଙ୍କ ସିନ୍ଦୁକ ଇକ୍ରୋଣରେ ଉପସ୍ଥିତ ହୁଅନ୍ତେ, ଇକ୍ରୋଣୀୟମାନେ କ୍ରନ୍ଦନ କରି କହିଲେ, “ଆମ୍ଭମାନଙ୍କୁ ଓ ଆମ୍ଭ ଲୋକମାନଙ୍କୁ ବଧ କରିବା ପାଇଁ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟକୁ ଆଣିଅଛନ୍ତି।”
11ଏହେତୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଏକତ୍ରିତ କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ପଠାଇଦିଅ, ତାହା ସ୍ୱ ସ୍ଥାନକୁ ଫେରିଯାଉ, ତାହା ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଲୋକମାନଙ୍କୁ ବଧ ନ କରୁ;” କାରଣ ନଗରର ସର୍ବତ୍ର ମୃତ୍ୟୁୁଜନକ ବ୍ୟାକୁଳତା ଜନ୍ମିଥିଲା; ପରମେଶ୍ୱରଙ୍କ ହସ୍ତ ସେଠାରେ ଅତି ଭାରୀ ଥିଲା।
12ପୁଣି, ଯେଉଁ ଲୋକମାନେ ମଲେ ନାହିଁ, ସେମାନେ ଅର୍ଶ ରୋଗରେ ପୀଡ଼ିତ ହେଲେ; ଆଉ ନଗରର ଆର୍ତ୍ତନାଦ ଆକାଶକୁ ଉଠିଲା।