ପ୍ରଥମ ଶାମୁୟେଲ 5

ତହିଁ ଉତ୍ତାରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଦାଗୋନ୍‍ ମନ୍ଦିରକୁ ଆଣି ଦାଗୋନ୍‍ ଦେବତା ନିକଟରେ ରଖିଲେ।

1 Samuel 5:2 (UKJV) When the Philistines took the ark of God, they brought it into the house of Dagon, and set it by Dagon.

1ଏଥିମଧ୍ୟରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଏବନ୍‍-ଏଜରରୁ ଅସ୍ଦୋଦକୁ ଯାଇଥିଲେ।

2ତହିଁ ଉତ୍ତାରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଦାଗୋନ୍‍ ମନ୍ଦିରକୁ ଆଣି ଦାଗୋନ୍‍ ଦେବତା ନିକଟରେ ରଖିଲେ।

3ତହିଁ ପରଦିନ ଅସ୍ଦୋଦୀୟମାନେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍‍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି। ତେଣୁ ସେମାନେ ଦାଗୋନ୍‍କୁ ପୁନର୍ବାର ଉଠାଇ ତାହା ସ୍ଥାନରେ ରଖିଲେ।

4ପୁଣି, ସେମାନେ ତହିଁ ଆରଦିନ ପ୍ରଭାତରେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍‍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି; ପୁଣି, ଦାଗୋନ୍‍ର ମୁଣ୍ଡ ଓ ହାତର ଦୁଇ ପାପୁଲି କଟା ହୋଇ ଦ୍ୱାରବନ୍ଧ ଉପରେ ପଡ଼ିଅଛି; କେବଳ ତାହାର ମତ୍ସ୍ୟାକାର ବାକି ରହିଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.