ପ୍ରଥମ ଶାମୁୟେଲ 5

ଏହେତୁ ଦାଗୋନ୍‍ର ଯାଜକମାନେ ଅବା ଯେଉଁମାନେ ଦାଗୋନ୍‍ ମନ୍ଦିରକୁ ଆସନ୍ତି, ସେମାନଙ୍କ ମଧ୍ୟରୁ କେହି ଆଜି ପର୍ଯ୍ୟନ୍ତ ଅସ୍ଦୋଦସ୍ଥିତ ଦାଗୋନ୍‍ର ଦ୍ୱାରବନ୍ଧ ମାଡ଼ନ୍ତି ନାହିଁ।

1 Samuel 5:5 (UKJV) Therefore neither the priests of Dagon, nor any that come into Dagon's house, tread on the threshold of Dagon in Ashdod unto this day.

3ତହିଁ ପରଦିନ ଅସ୍ଦୋଦୀୟମାନେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍‍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି। ତେଣୁ ସେମାନେ ଦାଗୋନ୍‍କୁ ପୁନର୍ବାର ଉଠାଇ ତାହା ସ୍ଥାନରେ ରଖିଲେ।

4ପୁଣି, ସେମାନେ ତହିଁ ଆରଦିନ ପ୍ରଭାତରେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍‍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି; ପୁଣି, ଦାଗୋନ୍‍ର ମୁଣ୍ଡ ଓ ହାତର ଦୁଇ ପାପୁଲି କଟା ହୋଇ ଦ୍ୱାରବନ୍ଧ ଉପରେ ପଡ଼ିଅଛି; କେବଳ ତାହାର ମତ୍ସ୍ୟାକାର ବାକି ରହିଅଛି।

5ଏହେତୁ ଦାଗୋନ୍‍ର ଯାଜକମାନେ ଅବା ଯେଉଁମାନେ ଦାଗୋନ୍‍ ମନ୍ଦିରକୁ ଆସନ୍ତି, ସେମାନଙ୍କ ମଧ୍ୟରୁ କେହି ଆଜି ପର୍ଯ୍ୟନ୍ତ ଅସ୍ଦୋଦସ୍ଥିତ ଦାଗୋନ୍‍ର ଦ୍ୱାରବନ୍ଧ ମାଡ଼ନ୍ତି ନାହିଁ।

6ମାତ୍ର ଅସ୍ଦୋଦୀୟ ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ ହସ୍ତ ଭାରୀ ହେଲା ଓ ସେ ଅସ୍ଦୋଦକୁ ଓ ତହିଁ ସୀମାସ୍ଥିତ ଲୋକମାନଙ୍କୁ ଅର୍ଶ ରୋଗରେ ଆଘାତ କରି ସଂହାର କଲେ।

7ତହୁଁ ଅସ୍ଦୋଦୀୟ ଲୋକମାନେ ତାହା ଦେଖି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟରେ ରହିବ ନାହିଁ, କାରଣ ଆମ୍ଭମାନଙ୍କ ଉପରେ ଓ ଆମ୍ଭମାନଙ୍କ ଦେବତା ଦାଗୋନ୍‍ ଉପରେ ତାହାଙ୍କର ହସ୍ତ ନିଷ୍ଠୁର ହୋଇଅଛି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.