ପ୍ରଥମ ଶାମୁୟେଲ 5

ତହୁଁ ଅସ୍ଦୋଦୀୟ ଲୋକମାନେ ତାହା ଦେଖି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟରେ ରହିବ ନାହିଁ, କାରଣ ଆମ୍ଭମାନଙ୍କ ଉପରେ ଓ ଆମ୍ଭମାନଙ୍କ ଦେବତା ଦାଗୋନ୍‍ ଉପରେ ତାହାଙ୍କର ହସ୍ତ ନିଷ୍ଠୁର ହୋଇଅଛି।”

1 Samuel 5:7 (UKJV) And when the men of Ashdod saw that it was so, they said, The ark of the God of Israel shall not abide with us: for his hand is sore upon us, and upon Dagon our god.

5ଏହେତୁ ଦାଗୋନ୍‍ର ଯାଜକମାନେ ଅବା ଯେଉଁମାନେ ଦାଗୋନ୍‍ ମନ୍ଦିରକୁ ଆସନ୍ତି, ସେମାନଙ୍କ ମଧ୍ୟରୁ କେହି ଆଜି ପର୍ଯ୍ୟନ୍ତ ଅସ୍ଦୋଦସ୍ଥିତ ଦାଗୋନ୍‍ର ଦ୍ୱାରବନ୍ଧ ମାଡ଼ନ୍ତି ନାହିଁ।

6ମାତ୍ର ଅସ୍ଦୋଦୀୟ ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ ହସ୍ତ ଭାରୀ ହେଲା ଓ ସେ ଅସ୍ଦୋଦକୁ ଓ ତହିଁ ସୀମାସ୍ଥିତ ଲୋକମାନଙ୍କୁ ଅର୍ଶ ରୋଗରେ ଆଘାତ କରି ସଂହାର କଲେ।

7ତହୁଁ ଅସ୍ଦୋଦୀୟ ଲୋକମାନେ ତାହା ଦେଖି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟରେ ରହିବ ନାହିଁ, କାରଣ ଆମ୍ଭମାନଙ୍କ ଉପରେ ଓ ଆମ୍ଭମାନଙ୍କ ଦେବତା ଦାଗୋନ୍‍ ଉପରେ ତାହାଙ୍କର ହସ୍ତ ନିଷ୍ଠୁର ହୋଇଅଛି।”

8ଏଣୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଆପଣାମାନଙ୍କ ନିକଟରେ ଏକତ୍ର କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା?” ତହିଁରେ ସେମାନେ ଉତ୍ତର କଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଗାଥ୍‍କୁ ନିଆଯାଉ।” ତହୁଁ ସେମାନେ ସେଠାକୁ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ନେଇଗଲେ।

9ପୁଣି, ସେମାନେ ତାହା ନେଇଗଲା ଉତ୍ତାରେ ଏପରି ହେଲା ଯେ, ସଦାପ୍ରଭୁଙ୍କ ହସ୍ତ ନଗର ବିରୁଦ୍ଧରେ ଅତି ମହା ବ୍ୟାକୁଳତାଜନକ ହେଲା; ପୁଣି, ସେ ନଗରସ୍ଥ ସାନ ବଡ଼ ଉଭୟଙ୍କୁ ଆଘାତ କଲେ ଓ ସେମାନଙ୍କଠାରେ ଅର୍ଶ ରୋଗ ବାହାରିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.