10ତହିଁରେ ଲୋକମାନେ ସେପରି କଲେ; ପୁଣି, ଦୁଇ ଦୁଗ୍ଧବତୀ ଗାଭୀ ନେଇ ଶଗଡ଼ରେ ଯୋଚିଲେ ଓ ସେମାନଙ୍କ ବାଛୁରିକୁ ଘରେ ବନ୍ଦ କଲେ।
11ଆଉ ସେମାନେ ଶଗଡ଼ ଉପରେ ସଦାପ୍ରଭୁଙ୍କ ସିନ୍ଦୁକ ଓ ସ୍ୱର୍ଣ୍ଣ ମୂଷିକ ଓ ସେମାନଙ୍କ ଅର୍ଶ-ପ୍ରତିମାର ସିନ୍ଦୁକ ରଖିଲେ।
12ତହୁଁ ସେହି ଗାଭୀମାନେ ସଳଖ ପଥ ଧରି ବେଥ୍-ଶେମଶକୁ ଯିବା ବାଟରେ ଗଲେ; ସେମାନେ ଯାଉ ଯାଉ ହମ୍ବାରବ ପକାଇ ସଡ଼କରେ ଗଲେ, ଦକ୍ଷିଣକୁ କି ବାମକୁ ଫେରିଲେ ନାହିଁ; ଆଉ ସେମାନଙ୍କ ପଛେ ପଛେ ପଲେଷ୍ଟୀୟ ଅଧିପତିମାନେ ବେଥ୍-ଶେମଶ ସୀମା ପର୍ଯ୍ୟନ୍ତ ଗଲେ।
13ସେହି ସମୟରେ ବେଥ୍-ଶେମଶର ଲୋକମାନେ ତଳଭୂମିରେ ଆପଣାମାନଙ୍କ ଗହମ କାଟୁଥିଲେ; ପୁଣି, ସେମାନେ ଅନାଇ ସିନ୍ଦୁକ ଦେଖିଲେ ଓ ତାହା ଦେଖି ଆନନ୍ଦିତ ହେଲେ।
14ଏଉତ୍ତାରେ ସେହି ଶଗଡ଼ ବେଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରକୁ ଆସି ଏକ ବଡ଼ ପଥର ଥିବା ସ୍ଥାନରେ ଛିଡ଼ା ହୋଇ ରହିଲା; ତହିଁରେ ସେମାନେ ସେ ଶଗଡ଼ର କାଠ ଚିରି ସେହି ଗାଭୀମାନଙ୍କୁ ହୋମବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ।