ପ୍ରଥମ ଶାମୁୟେଲ 6

ତହୁଁ ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି ତାହା ଦେଖି ସେହି ଦିନ ଇକ୍ରୋଣକୁ ଫେରି ଆସିଲେ।

1 Samuel 6:16 (UKJV) And when the five lords of the Philistines had seen it, they returned to Ekron the same day.

14ଏଉତ୍ତାରେ ସେହି ଶଗଡ଼ ବେଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରକୁ ଆସି ଏକ ବଡ଼ ପଥର ଥିବା ସ୍ଥାନରେ ଛିଡ଼ା ହୋଇ ରହିଲା; ତହିଁରେ ସେମାନେ ସେ ଶଗଡ଼ର କାଠ ଚିରି ସେହି ଗାଭୀମାନଙ୍କୁ ହୋମବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ।

15ପୁଣି, ଲେବୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ତହିଁ ସହିତ ଥିବା ସ୍ୱର୍ଣ୍ଣ ପଦାର୍ଥର ସିନ୍ଦୁକ ଓହ୍ଲାଇ ସେହି ବଡ଼ ପଥର ଉପରେ ଥୋଇଲେ; ଆଉ ବେଥ୍-ଶେମଶର ଲୋକମାନେ ସେହି ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ଉପହାର ଦେଲେ ଓ ବଳି ଉତ୍ସର୍ଗ କଲେ।

16ତହୁଁ ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି ତାହା ଦେଖି ସେହି ଦିନ ଇକ୍ରୋଣକୁ ଫେରି ଆସିଲେ।

17ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦୋଷାର୍ଥକ ଉପହାର ରୂପେ ଏହିସବୁ ସ୍ୱର୍ଣ୍ଣମୟ ଅର୍ଶ ପଠାଇଥିଲେ; ଯଥା, ଅସ୍ଦୋଦ ପାଇଁ ଏକ, ଘସା ପାଇଁ ଏକ, ଅସ୍କିଲୋନ ପାଇଁ ଏକ, ଗାଥ୍‍ ପାଇଁ ଏକ, ଇକ୍ରୋଣ ପାଇଁ ଏକ;

18ପୁଣି, ବେଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରସ୍ଥିତ ଯେଉଁ ବଡ଼ ପଥର ଆଜି ପର୍ଯ୍ୟନ୍ତ ଅଛି, ଯହିଁ ଉପରେ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ରଖିଥିଲେ, ସେପର୍ଯ୍ୟନ୍ତ ପାଞ୍ଚ ଅଧିପତିଙ୍କ ଅଧୀନସ୍ଥ ପ୍ରାଚୀର-ବେଷ୍ଟିତ ନଗର ହେଉ କି ଦେଶୀୟ ଗ୍ରାମମାନ ହେଉ, ପଲେଷ୍ଟୀୟମାନଙ୍କ ନଗରସକଳର ସଂଖ୍ୟାନୁସାରେ ସ୍ୱର୍ଣ୍ଣମୟ ମୂଷିକ ପଠାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.