17ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦୋଷାର୍ଥକ ଉପହାର ରୂପେ ଏହିସବୁ ସ୍ୱର୍ଣ୍ଣମୟ ଅର୍ଶ ପଠାଇଥିଲେ; ଯଥା, ଅସ୍ଦୋଦ ପାଇଁ ଏକ, ଘସା ପାଇଁ ଏକ, ଅସ୍କିଲୋନ ପାଇଁ ଏକ, ଗାଥ୍ ପାଇଁ ଏକ, ଇକ୍ରୋଣ ପାଇଁ ଏକ;
18ପୁଣି, ବେଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରସ୍ଥିତ ଯେଉଁ ବଡ଼ ପଥର ଆଜି ପର୍ଯ୍ୟନ୍ତ ଅଛି, ଯହିଁ ଉପରେ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ରଖିଥିଲେ, ସେପର୍ଯ୍ୟନ୍ତ ପାଞ୍ଚ ଅଧିପତିଙ୍କ ଅଧୀନସ୍ଥ ପ୍ରାଚୀର-ବେଷ୍ଟିତ ନଗର ହେଉ କି ଦେଶୀୟ ଗ୍ରାମମାନ ହେଉ, ପଲେଷ୍ଟୀୟମାନଙ୍କ ନଗରସକଳର ସଂଖ୍ୟାନୁସାରେ ସ୍ୱର୍ଣ୍ଣମୟ ମୂଷିକ ପଠାଇଲେ।
19ପୁଣି, ବେଥ୍-ଶେମଶୀୟ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକକୁ ଅନାଇବାରୁ ସେ ଲୋକମାନଙ୍କ ମଧ୍ୟରୁ ସତୁରି ଜଣଙ୍କୁ ବଧ କଲେ; ପୁଣି, ସଦାପ୍ରଭୁ ମହାସଂହାରରେ ଲୋକମାନଙ୍କର ସଂହାର କରିବାରୁ ସେମାନେ ବିଳାପ କଲେ।
20ଆହୁରି ବେଥ୍-ଶେମଶୀୟ ଲୋକମାନେ କହିଲେ, “ଏହି ପବିତ୍ର ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ? ଏବେ ଆମ୍ଭମାନଙ୍କଠାରୁ ସେ କାହା ନିକଟକୁ ଯିବେ?”
21ତହୁଁ ସେମାନେ କିରୀୟଥ୍-ଯିୟାରୀମୀୟ ଲୋକମାନଙ୍କ ନିକଟକୁ ଦୂତ ପଠାଇ କହିଲେ, “ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଫେରାଇ ଆଣିଅଛନ୍ତି; ତୁମ୍ଭେମାନେ ଆସି ଆପଣାମାନଙ୍କ ନିକଟକୁ ତାହା ନେଇଯାଅ।”