1ସଦାପ୍ରଭୁଙ୍କ ସିନ୍ଦୁକ ପଲେଷ୍ଟୀୟମାନଙ୍କ ଦେଶରେ ସାତ ମାସ ରହିଲା।
2ଏଥିରେ ପଲେଷ୍ଟୀୟମାନେ ଯାଜକମାନଙ୍କୁ ଓ ମନ୍ତ୍ରଜ୍ଞମାନଙ୍କୁ ଡକାଇ କହିଲେ, “ସଦାପ୍ରଭୁଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା, କି ଦେଇ ଆମ୍ଭେମାନେ ତାହା ସ୍ୱ ସ୍ଥାନକୁ ପଠାଇବା? ଏହା ଆମ୍ଭମାନଙ୍କୁ ଜଣାଅ।”
3ତହିଁରେ ସେମାନେ କହିଲେ, “ଯେବେ ତୁମ୍ଭେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ପଠାଇଦେବ, ତେବେ ତାହା ରିକ୍ତ ପଠାଅ ନାହିଁ; ମାତ୍ର କୌଣସିମତେ ହେଲେ ଗୋଟିଏ ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଅ; ତେବେ ତୁମ୍ଭେମାନେ ସୁସ୍ଥ ହେବ ଓ ତୁମ୍ଭମାନଙ୍କଠାରୁ ତାହାଙ୍କ ହସ୍ତ କାହିଁକି ଘୁଞ୍ଚା ଯାଉ ନାହିଁ, ଏହା ତୁମ୍ଭମାନଙ୍କୁ ଜଣାଯିବ।”
4ତହୁଁ ସେମାନେ ପଚାରିଲେ, “ଆମ୍ଭେମାନେ କି ପ୍ରକାର ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଇବା?” ଏଥିରେ ସେମାନେ କହିଲେ, “ପଲେଷ୍ଟୀୟମାନଙ୍କ ଅଧିପତିଗଣର ସଂଖ୍ୟାନୁସାରେ ସ୍ୱର୍ଣ୍ଣମୟ ପାଞ୍ଚ ଅର୍ଶ ଓ ସ୍ୱର୍ଣ୍ଣମୟ ପାଞ୍ଚ ମୂଷିକ, କାରଣ ତୁମ୍ଭ ସମସ୍ତଙ୍କୁ ଓ ତୁମ୍ଭମାନଙ୍କ ଅଧିପତିଗଣଙ୍କୁ ଏକରୂପ ମହାମାରୀ ଘଟିଥିଲା।