19ପୁଣି, ବେଥ୍-ଶେମଶୀୟ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକକୁ ଅନାଇବାରୁ ସେ ଲୋକମାନଙ୍କ ମଧ୍ୟରୁ ସତୁରି ଜଣଙ୍କୁ ବଧ କଲେ; ପୁଣି, ସଦାପ୍ରଭୁ ମହାସଂହାରରେ ଲୋକମାନଙ୍କର ସଂହାର କରିବାରୁ ସେମାନେ ବିଳାପ କଲେ।
20ଆହୁରି ବେଥ୍-ଶେମଶୀୟ ଲୋକମାନେ କହିଲେ, “ଏହି ପବିତ୍ର ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ? ଏବେ ଆମ୍ଭମାନଙ୍କଠାରୁ ସେ କାହା ନିକଟକୁ ଯିବେ?”
21ତହୁଁ ସେମାନେ କିରୀୟଥ୍-ଯିୟାରୀମୀୟ ଲୋକମାନଙ୍କ ନିକଟକୁ ଦୂତ ପଠାଇ କହିଲେ, “ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଫେରାଇ ଆଣିଅଛନ୍ତି; ତୁମ୍ଭେମାନେ ଆସି ଆପଣାମାନଙ୍କ ନିକଟକୁ ତାହା ନେଇଯାଅ।”