3ତହିଁରେ ସେମାନେ କହିଲେ, “ଯେବେ ତୁମ୍ଭେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ପଠାଇଦେବ, ତେବେ ତାହା ରିକ୍ତ ପଠାଅ ନାହିଁ; ମାତ୍ର କୌଣସିମତେ ହେଲେ ଗୋଟିଏ ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଅ; ତେବେ ତୁମ୍ଭେମାନେ ସୁସ୍ଥ ହେବ ଓ ତୁମ୍ଭମାନଙ୍କଠାରୁ ତାହାଙ୍କ ହସ୍ତ କାହିଁକି ଘୁଞ୍ଚା ଯାଉ ନାହିଁ, ଏହା ତୁମ୍ଭମାନଙ୍କୁ ଜଣାଯିବ।”
4ତହୁଁ ସେମାନେ ପଚାରିଲେ, “ଆମ୍ଭେମାନେ କି ପ୍ରକାର ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଇବା?” ଏଥିରେ ସେମାନେ କହିଲେ, “ପଲେଷ୍ଟୀୟମାନଙ୍କ ଅଧିପତିଗଣର ସଂଖ୍ୟାନୁସାରେ ସ୍ୱର୍ଣ୍ଣମୟ ପାଞ୍ଚ ଅର୍ଶ ଓ ସ୍ୱର୍ଣ୍ଣମୟ ପାଞ୍ଚ ମୂଷିକ, କାରଣ ତୁମ୍ଭ ସମସ୍ତଙ୍କୁ ଓ ତୁମ୍ଭମାନଙ୍କ ଅଧିପତିଗଣଙ୍କୁ ଏକରୂପ ମହାମାରୀ ଘଟିଥିଲା।
5ଏନିମନ୍ତେ ତୁମ୍ଭେମାନେ ଆପଣାମାନଙ୍କ ଅର୍ଶ-ପ୍ରତିମା ଓ ତୁମ୍ଭମାନଙ୍କ ଦେଶନାଶକାରୀ ମୂଷିକ-ପ୍ରତିମା ନିର୍ମାଣ କର ଓ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ, ହୋଇପାରେ ସେ ତୁମ୍ଭମାନଙ୍କ ଉପରୁ ଓ ତୁମ୍ଭମାନଙ୍କ ଦେବତାମାନଙ୍କ ଉପରୁ ଓ ତୁମ୍ଭମାନଙ୍କ ଦେଶ ଉପରୁ ଆପଣା ହସ୍ତ ହାଲୁକା କରିବେ।
6ଯେପରି ମିସରୀୟମାନେ ଓ ଫାରୋ ଆପଣାମାନଙ୍କ ହୃଦୟ ଭାରୀ କରିଥିଲେ, ସେପରି ତୁମ୍ଭେମାନେ କାହିଁକି ଆପଣମାନଙ୍କ ହୃଦୟ ଭାରୀ କରୁଅଛ? ସେ ସେମାନଙ୍କ ମଧ୍ୟରେ ଆପଣା ମହାଶକ୍ତି ପ୍ରକାଶ କରନ୍ତେ, ସେମାନେ କି ଲୋକମାନଙ୍କୁ ଛାଡ଼ିଦେଲେ ନାହିଁ ଓ ଲୋକମାନେ କି ପ୍ରସ୍ଥାନ କଲେ ନାହିଁ?
7ଏହେତୁ ଏବେ ଗୋଟିଏ ନୂଆ ଶଗଡ଼ ପ୍ରସ୍ତୁତ କର ଓ ଯେଉଁ ଦୁଗ୍ଧବତୀ ଗାଭୀମାନଙ୍କ ଉପରେ ଯୁଆଳି ଲାଗି ନାହିଁ, ଏପରି ଦୁଇ ଗାଭୀ ଶଗଡ଼ରେ ଯୋଚ ଓ ସେମାନଙ୍କଠାରୁ ସେମାନଙ୍କ ବାଛୁରିକୁ ଘରକୁ ଆଣ;