7ଏହେତୁ ଏବେ ଗୋଟିଏ ନୂଆ ଶଗଡ଼ ପ୍ରସ୍ତୁତ କର ଓ ଯେଉଁ ଦୁଗ୍ଧବତୀ ଗାଭୀମାନଙ୍କ ଉପରେ ଯୁଆଳି ଲାଗି ନାହିଁ, ଏପରି ଦୁଇ ଗାଭୀ ଶଗଡ଼ରେ ଯୋଚ ଓ ସେମାନଙ୍କଠାରୁ ସେମାନଙ୍କ ବାଛୁରିକୁ ଘରକୁ ଆଣ;
8ପୁଣି, ସଦାପ୍ରଭୁଙ୍କ ସିନ୍ଦୁକ ନେଇ ସେହି ଶଗଡ଼ ଉପରେ ରଖ ଓ ଯେଉଁ ସ୍ୱର୍ଣ୍ଣମୟ ପଦାର୍ଥ ଦୋଷାର୍ଥକ ଉପହାର ରୂପେ ତାହାଙ୍କ ନିକଟକୁ ଫେରି ପଠାଇବ, ତାହା ତହିଁ ପାର୍ଶ୍ୱରେ ଏକ ସିନ୍ଦୁକରେ ରଖ; ତହୁଁ ଯିବା ପାଇଁ ତାହା ପଠାଇଦିଅ।
9ଆଉ ଦେଖ, ଯେବେ ତାହା ଆପଣା ସୀମାସ୍ଥ ପଥ ଦେଇ ବେଥ୍-ଶେମଶକୁ ଯାଏ, ତେବେ ସେ ଆମ୍ଭମାନଙ୍କ ପ୍ରତି ଏହି ମହା ଅମଙ୍ଗଳ ଘଟାଇଅଛନ୍ତି, ମାତ୍ର ଯେବେ ନ ଯାଏ, ତେବେ ଆମ୍ଭେମାନେ ଜାଣିବୁ ଯେ, ତାହାଙ୍କ ହସ୍ତ ଆମ୍ଭମାନଙ୍କୁ ଆଘାତ କରି ନାହିଁ; ତାହା ଘଟଣାକ୍ରମେ ଆମ୍ଭମାନଙ୍କୁ ଘଟିଅଛି।”
10ତହିଁରେ ଲୋକମାନେ ସେପରି କଲେ; ପୁଣି, ଦୁଇ ଦୁଗ୍ଧବତୀ ଗାଭୀ ନେଇ ଶଗଡ଼ରେ ଯୋଚିଲେ ଓ ସେମାନଙ୍କ ବାଛୁରିକୁ ଘରେ ବନ୍ଦ କଲେ।
11ଆଉ ସେମାନେ ଶଗଡ଼ ଉପରେ ସଦାପ୍ରଭୁଙ୍କ ସିନ୍ଦୁକ ଓ ସ୍ୱର୍ଣ୍ଣ ମୂଷିକ ଓ ସେମାନଙ୍କ ଅର୍ଶ-ପ୍ରତିମାର ସିନ୍ଦୁକ ରଖିଲେ।