11ତହୁଁ ଇସ୍ରାଏଲ ଲୋକମାନେ ମିସ୍ପାରୁ ବାହାରି ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇ ବେଥ୍-କର ତଳ ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।
12ତହିଁରେ ଶାମୁୟେଲ ଖଣ୍ଡେ ପଥର ନେଇ ମିସ୍ପା ଓ ଶେନ ମଧ୍ୟସ୍ଥାନରେ ସ୍ଥାପନ କରି ତହିଁର ନାମ ଏବନ୍-ଏଜର (ଉପକାର ସ୍ମରଣାର୍ଥକ ପ୍ରସ୍ତର) ରଖି କହିଲେ, “ଏପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କର ଉପକାର କରିଅଛନ୍ତି।”
13ଏହି ପ୍ରକାରେ ପଲେଷ୍ଟୀୟମାନେ ବଶୀଭୂତ ହୋଇ ଇସ୍ରାଏଲର ଅଞ୍ଚଳ ମଧ୍ୟକୁ ଆଉ ଆସିଲେ ନାହିଁ; ପୁଣି, ଶାମୁୟେଲଙ୍କର ଯାବଜ୍ଜୀବନ ସଦାପ୍ରଭୁଙ୍କ ହସ୍ତ ପଲେଷ୍ଟୀୟମାନଙ୍କର ପ୍ରତିକୂଳ ହେଲା।
14ଆଉ ପଲେଷ୍ଟୀୟମାନେ ଇସ୍ରାଏଲଠାରୁ ଯେସମସ୍ତ ନଗର ହରଣ କରିଥିଲେ, ଇକ୍ରୋଣଠାରୁ ଗାଥ୍ ପର୍ଯ୍ୟନ୍ତ ସେସମସ୍ତ ଇସ୍ରାଏଲକୁ ଫେରାଇ ଦିଆଗଲା; ପୁଣି, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ହସ୍ତରୁ ତହିଁର ସୀମା ଉଦ୍ଧାର କଲେ। ଏଉତ୍ତାରେ ଇସ୍ରାଏଲ ଓ ଇମୋରୀୟମାନଙ୍କ ମଧ୍ୟରେ ସନ୍ଧି ହେଲା।
15ଶାମୁୟେଲ ଆପଣାର ଯାବଜ୍ଜୀବନ ଇସ୍ରାଏଲର ବିଚାର କଲେ।