ପ୍ରଥମ ଶାମୁୟେଲ 7

ଆଉ ପଲେଷ୍ଟୀୟମାନେ ଇସ୍ରାଏଲଠାରୁ ଯେସମସ୍ତ ନଗର ହରଣ କରିଥିଲେ, ଇକ୍ରୋଣଠାରୁ ଗାଥ୍‍ ପର୍ଯ୍ୟନ୍ତ ସେସମସ୍ତ ଇସ୍ରାଏଲକୁ ଫେରାଇ ଦିଆଗଲା; ପୁଣି, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ହସ୍ତରୁ ତହିଁର ସୀମା ଉଦ୍ଧାର କଲେ। ଏଉତ୍ତାରେ ଇସ୍ରାଏଲ ଓ ଇମୋରୀୟମାନଙ୍କ ମଧ୍ୟରେ ସନ୍ଧି ହେଲା।

1 Samuel 7:14 (UKJV) And the cities which the Philistines had taken from Israel were restored to Israel, from Ekron even unto Gath; and the coasts thereof did Israel deliver out of the hands of the Philistines. And there was peace between Israel and the Amorites.

12ତହିଁରେ ଶାମୁୟେଲ ଖଣ୍ଡେ ପଥର ନେଇ ମିସ୍ପା ଓ ଶେନ ମଧ୍ୟସ୍ଥାନରେ ସ୍ଥାପନ କରି ତହିଁର ନାମ ଏବନ୍‍-ଏଜର (ଉପକାର ସ୍ମରଣାର୍ଥକ ପ୍ରସ୍ତର) ରଖି କହିଲେ, “ଏପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କର ଉପକାର କରିଅଛନ୍ତି।”

13ଏହି ପ୍ରକାରେ ପଲେଷ୍ଟୀୟମାନେ ବଶୀଭୂତ ହୋଇ ଇସ୍ରାଏଲର ଅଞ୍ଚଳ ମଧ୍ୟକୁ ଆଉ ଆସିଲେ ନାହିଁ; ପୁଣି, ଶାମୁୟେଲଙ୍କର ଯାବଜ୍ଜୀବନ ସଦାପ୍ରଭୁଙ୍କ ହସ୍ତ ପଲେଷ୍ଟୀୟମାନଙ୍କର ପ୍ରତିକୂଳ ହେଲା।

14ଆଉ ପଲେଷ୍ଟୀୟମାନେ ଇସ୍ରାଏଲଠାରୁ ଯେସମସ୍ତ ନଗର ହରଣ କରିଥିଲେ, ଇକ୍ରୋଣଠାରୁ ଗାଥ୍‍ ପର୍ଯ୍ୟନ୍ତ ସେସମସ୍ତ ଇସ୍ରାଏଲକୁ ଫେରାଇ ଦିଆଗଲା; ପୁଣି, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ହସ୍ତରୁ ତହିଁର ସୀମା ଉଦ୍ଧାର କଲେ। ଏଉତ୍ତାରେ ଇସ୍ରାଏଲ ଓ ଇମୋରୀୟମାନଙ୍କ ମଧ୍ୟରେ ସନ୍ଧି ହେଲା।

15ଶାମୁୟେଲ ଆପଣାର ଯାବଜ୍ଜୀବନ ଇସ୍ରାଏଲର ବିଚାର କଲେ।

16ସେ ପ୍ରତି ବର୍ଷ ବେଥେଲ୍‍ ଓ ଗିଲ୍‍ଗଲ୍‍ ଓ ମିସ୍ପାରେ ଭ୍ରମଣ କରି ସେସବୁ ସ୍ଥାନରେ ଇସ୍ରାଏଲର ବିଚାର କରୁଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.