ପ୍ରଥମ ଶାମୁୟେଲ 7

ସେ ପ୍ରତି ବର୍ଷ ବେଥେଲ୍‍ ଓ ଗିଲ୍‍ଗଲ୍‍ ଓ ମିସ୍ପାରେ ଭ୍ରମଣ କରି ସେସବୁ ସ୍ଥାନରେ ଇସ୍ରାଏଲର ବିଚାର କରୁଥିଲେ।

1 Samuel 7:16 (UKJV) And he went from year to year in circuit to Bethel, and Gilgal, and Mizpeh, and judged Israel in all those places.

14ଆଉ ପଲେଷ୍ଟୀୟମାନେ ଇସ୍ରାଏଲଠାରୁ ଯେସମସ୍ତ ନଗର ହରଣ କରିଥିଲେ, ଇକ୍ରୋଣଠାରୁ ଗାଥ୍‍ ପର୍ଯ୍ୟନ୍ତ ସେସମସ୍ତ ଇସ୍ରାଏଲକୁ ଫେରାଇ ଦିଆଗଲା; ପୁଣି, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ହସ୍ତରୁ ତହିଁର ସୀମା ଉଦ୍ଧାର କଲେ। ଏଉତ୍ତାରେ ଇସ୍ରାଏଲ ଓ ଇମୋରୀୟମାନଙ୍କ ମଧ୍ୟରେ ସନ୍ଧି ହେଲା।

15ଶାମୁୟେଲ ଆପଣାର ଯାବଜ୍ଜୀବନ ଇସ୍ରାଏଲର ବିଚାର କଲେ।

16ସେ ପ୍ରତି ବର୍ଷ ବେଥେଲ୍‍ ଓ ଗିଲ୍‍ଗଲ୍‍ ଓ ମିସ୍ପାରେ ଭ୍ରମଣ କରି ସେସବୁ ସ୍ଥାନରେ ଇସ୍ରାଏଲର ବିଚାର କରୁଥିଲେ।

17ପୁଣି, ରାମାରେ ତାଙ୍କର ଗୃହ ଥିବାରୁ ସେଠାକୁ ସେ ଫେରି ଆସୁଥିଲେ ଓ ସେଠାରେ ଇସ୍ରାଏଲ ବଂଶର ବିଚାର କରୁଥିଲେ; ଆଉ ସେଠାରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.