15ଶାମୁୟେଲ ଆପଣାର ଯାବଜ୍ଜୀବନ ଇସ୍ରାଏଲର ବିଚାର କଲେ।
16ସେ ପ୍ରତି ବର୍ଷ ବେଥେଲ୍ ଓ ଗିଲ୍ଗଲ୍ ଓ ମିସ୍ପାରେ ଭ୍ରମଣ କରି ସେସବୁ ସ୍ଥାନରେ ଇସ୍ରାଏଲର ବିଚାର କରୁଥିଲେ।
17ପୁଣି, ରାମାରେ ତାଙ୍କର ଗୃହ ଥିବାରୁ ସେଠାକୁ ସେ ଫେରି ଆସୁଥିଲେ ଓ ସେଠାରେ ଇସ୍ରାଏଲ ବଂଶର ବିଚାର କରୁଥିଲେ; ଆଉ ସେଠାରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିଥିଲେ।