ପ୍ରଥମ ଶାମୁୟେଲ 7

ସିନ୍ଦୁକ କିରୀୟଥ୍‍-ଯିୟାରୀମ୍‍ରେ ବାସ କରିବା ଦିନାବଧି ଦୀର୍ଘ କାଳ, ଅର୍ଥାତ୍‍, କୋଡ଼ିଏ ବର୍ଷ ଗତ ହେଲା; ଏଥିରେ ସମୁଦାୟ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ପଶ୍ଚାତ୍‍ ବିଳାପ କଲେ।

1 Samuel 7:2 (UKJV) And it came to pass, while the ark abode in Kirjathjearim, that the time was long; for it was twenty years: and all the house of Israel lamented after the LORD.

1ଏଥିଉତ୍ତାରେ କିରୀୟଥ୍‍-ଯିୟାରୀମୀୟ ଲୋକମାନେ ଆସି ସଦାପ୍ରଭୁଙ୍କ ସିନ୍ଦୁକ ନେଇଯାଇ ପର୍ବତସ୍ଥିତ ଅବୀନାଦବର ଗୃହରେ ରଖିଲେ; ପୁଣି, ସଦାପ୍ରଭୁଙ୍କ ସିନ୍ଦୁକରକ୍ଷାର୍ଥେ ତାହାର ପୁତ୍ର ଇଲୀୟାସରକୁ ପବିତ୍ର କଲେ।

2ସିନ୍ଦୁକ କିରୀୟଥ୍‍-ଯିୟାରୀମ୍‍ରେ ବାସ କରିବା ଦିନାବଧି ଦୀର୍ଘ କାଳ, ଅର୍ଥାତ୍‍, କୋଡ଼ିଏ ବର୍ଷ ଗତ ହେଲା; ଏଥିରେ ସମୁଦାୟ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ପଶ୍ଚାତ୍‍ ବିଳାପ କଲେ।

3ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ ବଂଶକୁ କହିଲେ, “ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍‍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।”

4ତେବେ ଇସ୍ରାଏଲ-ସନ୍ତାନଗଣ ବାଲ୍‍-ଦେବତାମାନଙ୍କୁ ଓ ଅଷ୍ଟାରୋତ୍‍ ଦେବୀଗଣକୁ ଦୂର କଲେ ଓ କେବଳ ସଦାପ୍ରଭୁଙ୍କୁ ସେବା କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.