ପ୍ରଥମ ଶାମୁୟେଲ 8

ଆଉ ସେ ତୁମ୍ଭମାନଙ୍କ କନ୍ୟାଗଣକୁ ନେଇ ଗନ୍ଧଦ୍ରବ୍ୟ ପ୍ରସ୍ତୁତକାରିଣୀ ଓ ପାଚିକା ଓ ସୂପକାରିଣୀ କରିବ।

1 Samuel 8:13 (UKJV) And he will take your daughters to be confectionaries, and to be cooks, and to be bakers.

11ଆହୁରି ସେ କହିଲେ, “ତୁମ୍ଭମାନଙ୍କ ଉପରେ ଯେ ରାଜତ୍ୱ କରିବ, ସେହି ରାଜାର ଏହି ପ୍ରକାର ବିଧି ହେବ; ସେ ତୁମ୍ଭମାନଙ୍କର ପୁତ୍ରଗଣକୁ ନେଇ ଆପଣା ରଥ ନିମନ୍ତେ ଓ ଆପଣାର ଅଶ୍ୱାରୋହୀ ହେବା ନିମନ୍ତେ ନିଯୁକ୍ତ କରିବ ଓ ସେମାନେ ତାହାର ରଥ ଆଗେ ଆଗେ ଦୌଡ଼ିବେ।

12ପୁଣି, ସେ ସେମାନଙ୍କୁ ଆପଣାର ସହସ୍ରପତି ଓ ପଚାଶପତି କରି ନିଯୁକ୍ତ କରିବ ଓ ସେ ଆପଣା ଭୂମି ଚାଷ କରିବାକୁ ଓ ଆପଣା ଶସ୍ୟ କାଟିବାକୁ ଓ ଆପଣା ଯୁଦ୍ଧାସ୍ତ୍ର ଓ ଆପଣା ରଥସଜ୍ଜା ନିର୍ମାଣ କରିବାକୁ ସେମାନଙ୍କୁ କାହାକୁ କାହାକୁ ନିଯୁକ୍ତ କରିବ।

13ଆଉ ସେ ତୁମ୍ଭମାନଙ୍କ କନ୍ୟାଗଣକୁ ନେଇ ଗନ୍ଧଦ୍ରବ୍ୟ ପ୍ରସ୍ତୁତକାରିଣୀ ଓ ପାଚିକା ଓ ସୂପକାରିଣୀ କରିବ।

14ଆହୁରି ସେ ତୁମ୍ଭମାନଙ୍କ ଶସ୍ୟକ୍ଷେତ୍ର ଓ ତୁମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ଓ ତୁମ୍ଭମାନଙ୍କ ଜୀତକ୍ଷେତ୍ର ମଧ୍ୟରୁ ସର୍ବୋତ୍ତମ କ୍ଷେତ୍ରସବୁ ନେଇ ଆପଣା ଦାସମାନଙ୍କୁ ଦେବ।

15ପୁଣି, ସେ ତୁମ୍ଭମାନଙ୍କ ବିହନର ଓ ତୁମ୍ଭମାନଙ୍କ ଦ୍ରାକ୍ଷାର ଦଶମାଂଶ ନେଇ ଆପଣାର ଗୃହାଧ୍ୟକ୍ଷ ଓ ଦାସମାନଙ୍କୁ ଦେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.