13ଆଉ ସେ ତୁମ୍ଭମାନଙ୍କ କନ୍ୟାଗଣକୁ ନେଇ ଗନ୍ଧଦ୍ରବ୍ୟ ପ୍ରସ୍ତୁତକାରିଣୀ ଓ ପାଚିକା ଓ ସୂପକାରିଣୀ କରିବ।
14ଆହୁରି ସେ ତୁମ୍ଭମାନଙ୍କ ଶସ୍ୟକ୍ଷେତ୍ର ଓ ତୁମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ଓ ତୁମ୍ଭମାନଙ୍କ ଜୀତକ୍ଷେତ୍ର ମଧ୍ୟରୁ ସର୍ବୋତ୍ତମ କ୍ଷେତ୍ରସବୁ ନେଇ ଆପଣା ଦାସମାନଙ୍କୁ ଦେବ।
15ପୁଣି, ସେ ତୁମ୍ଭମାନଙ୍କ ବିହନର ଓ ତୁମ୍ଭମାନଙ୍କ ଦ୍ରାକ୍ଷାର ଦଶମାଂଶ ନେଇ ଆପଣାର ଗୃହାଧ୍ୟକ୍ଷ ଓ ଦାସମାନଙ୍କୁ ଦେବ।
16ଆଉ ସେ ତୁମ୍ଭମାନଙ୍କ ଦାସମାନଙ୍କୁ ଓ ତୁମ୍ଭମାନଙ୍କ ଦାସୀମାନଙ୍କୁ ଓ ତୁମ୍ଭମାନଙ୍କ ସର୍ବୋତ୍ତମ ଯୁବା ପୁରୁଷମାନଙ୍କୁ ଓ ତୁମ୍ଭମାନଙ୍କ ଗର୍ଦ୍ଦଭ ସକଳ ନେଇ ଆପଣା କାର୍ଯ୍ୟରେ ଲଗାଇବ।
17ସେ ତୁମ୍ଭମାନଙ୍କ ମେଷପଲର ଦଶମାଂଶ ନେବ ଓ ତୁମ୍ଭେମାନେ ତାହାର ଦାସ ହେବ।