16ଆଉ ସେ ତୁମ୍ଭମାନଙ୍କ ଦାସମାନଙ୍କୁ ଓ ତୁମ୍ଭମାନଙ୍କ ଦାସୀମାନଙ୍କୁ ଓ ତୁମ୍ଭମାନଙ୍କ ସର୍ବୋତ୍ତମ ଯୁବା ପୁରୁଷମାନଙ୍କୁ ଓ ତୁମ୍ଭମାନଙ୍କ ଗର୍ଦ୍ଦଭ ସକଳ ନେଇ ଆପଣା କାର୍ଯ୍ୟରେ ଲଗାଇବ।
17ସେ ତୁମ୍ଭମାନଙ୍କ ମେଷପଲର ଦଶମାଂଶ ନେବ ଓ ତୁମ୍ଭେମାନେ ତାହାର ଦାସ ହେବ।
18ପୁଣି, ସେସମୟରେ ତୁମ୍ଭେମାନେ ଆପଣା ମନୋନୀତ ରାଜା ସକାଶୁ କ୍ରନ୍ଦନ କରିବ; ମାତ୍ର ସେସମୟରେ ସଦାପ୍ରଭୁ ତୁମ୍ଭମାନଙ୍କୁ ଉତ୍ତର ଦେବେ ନାହିଁ।”
19ତଥାପି ଲୋକମାନେ ଶାମୁୟେଲଙ୍କର ରବ ଶୁଣିବାକୁ ନାସ୍ତି କଲେ; ଆଉ ସେମାନେ କହିଲେ, “ନା; ଆମ୍ଭମାନଙ୍କ ଉପରେ ଜଣେ ରାଜା ହେଉନ୍ତୁ;
20ତହିଁରେ ଆମ୍ଭେମାନେ ମଧ୍ୟ ଅନ୍ୟସବୁ ଦେଶୀୟଙ୍କ ପରି ହେବା; ଆମ୍ଭମାନଙ୍କ ରାଜା ଆମ୍ଭମାନଙ୍କୁ ବିଚାର କରିବେ ଓ ଆମ୍ଭମାନଙ୍କ ଅଗ୍ରସର ହୋଇ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବେ।”