1ଏଥିଉତ୍ତାରେ ଶାମୁୟେଲ ବୃଦ୍ଧ ହୁଅନ୍ତେ, ଆପଣା ପୁତ୍ରମାନଙ୍କୁ ଇସ୍ରାଏଲ ଉପରେ ବିଚାରକର୍ତ୍ତା କଲେ।
2ତାଙ୍କର ଜ୍ୟେଷ୍ଠ ପୁତ୍ରର ନାମ ଯୋୟେଲ ଓ ଦ୍ୱିତୀୟର ନାମ ଅବୀୟ; ଏମାନେ ବେର୍ଶେବାରେ ବିଚାରକର୍ତ୍ତା ଥିଲେ।
3ମାତ୍ର ତାଙ୍କର ପୁତ୍ରମାନେ ତାଙ୍କର ପଥରେ ନ ଚାଲି ଅନ୍ୟାୟ ଲାଭର ଅନୁଗାମୀ ହେଲେ ଓ ଲାଞ୍ଚ ନେଇ ବିଚାର ବିପରୀତ କଲେ।
4ତହିଁରେ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଏକତ୍ର ହୋଇ ରାମାରେ ଶାମୁୟେଲଙ୍କ ନିକଟକୁ ଆସିଲେ;