20ତହିଁରେ ଆମ୍ଭେମାନେ ମଧ୍ୟ ଅନ୍ୟସବୁ ଦେଶୀୟଙ୍କ ପରି ହେବା; ଆମ୍ଭମାନଙ୍କ ରାଜା ଆମ୍ଭମାନଙ୍କୁ ବିଚାର କରିବେ ଓ ଆମ୍ଭମାନଙ୍କ ଅଗ୍ରସର ହୋଇ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବେ।”
21ଏଥିରେ ଶାମୁୟେଲ ଲୋକମାନଙ୍କର ସମସ୍ତ କଥା ଶୁଣି ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ ତାହା କହିଲେ।
22ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ସେମାନଙ୍କ ରବ ଶୁଣ ଓ ସେମାନଙ୍କ ପାଇଁ ଜଣେ ରାଜା ସ୍ଥିର କର।” ଏଉତ୍ତାରେ ଶାମୁୟେଲ ଇସ୍ରାଏଲ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ନଗରକୁ ଯାଅ।”