3ମାତ୍ର ତାଙ୍କର ପୁତ୍ରମାନେ ତାଙ୍କର ପଥରେ ନ ଚାଲି ଅନ୍ୟାୟ ଲାଭର ଅନୁଗାମୀ ହେଲେ ଓ ଲାଞ୍ଚ ନେଇ ବିଚାର ବିପରୀତ କଲେ।
4ତହିଁରେ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଏକତ୍ର ହୋଇ ରାମାରେ ଶାମୁୟେଲଙ୍କ ନିକଟକୁ ଆସିଲେ;
5ପୁଣି, ସେମାନେ ତାଙ୍କୁ କହିଲେ, “ଦେଖ, ତୁମ୍ଭେ ବୃଦ୍ଧ ହେଲ, ପୁଣି, ତୁମ୍ଭର ପୁତ୍ରମାନେ ତୁମ୍ଭ ପଥରେ ଚାଲୁ ନାହାନ୍ତି; ଏହେତୁ ଅନ୍ୟ ସକଳ ଦେଶୀୟମାନଙ୍କ ପରି ଆମ୍ଭମାନଙ୍କର ବିଚାର କରିବାକୁ ତୁମ୍ଭେ ଆମ୍ଭମାନଙ୍କ ପାଇଁ ଏକ ରାଜା ନିଯୁକ୍ତ କର।”
6ମାତ୍ର ଆମ୍ଭମାନଙ୍କର ବିଚାର କରିବା ପାଇଁ ଆମ୍ଭମାନଙ୍କୁ ଏକ ରାଜା ଦିଅ, ସେମାନେ ଏହି କଥା କହିବା ବେଳେ ଶାମୁୟେଲଙ୍କର ଦୃଷ୍ଟିରେ ତାହା ମନ୍ଦ ବୋଧ ହେଲା। ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।
7ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭକୁ ଯାହା ଯାହା କହନ୍ତି, ସେହି ସବୁ ରବରେ କର୍ଣ୍ଣପାତ କର; କାରଣ ସେମାନେ କେବଳ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି, ମାତ୍ର ଆମ୍ଭେ ଯେପରି ସେମାନଙ୍କ ଉପରେ ରାଜା ନୋହିବା, ଏଥିପାଇଁ ସେମାନେ ଆମ୍ଭକୁ ଅଗ୍ରାହ୍ୟ କରିଅଛନ୍ତି।