8ତହିଁରେ ସେହି ଯୁବା ଶାଉଲଙ୍କୁ ପୁନର୍ବାର ଉତ୍ତର ଦେଇ କହିଲା, “ଦେଖ, ଆମ୍ଭ ହାତରେ ଏକ ଶେକଲ ରୂପାର ଚତୁର୍ଥାଂଶ ଅଛି; ଆମ୍ଭମାନଙ୍କ ଯାତ୍ରା ବିଷୟ ଆମ୍ଭମାନଙ୍କୁ ଜଣାଇବା ପାଇଁ ଆମ୍ଭେ ପରମେଶ୍ୱରଙ୍କ ଲୋକଙ୍କୁ ତାହା ଦେବା।”
9(ପୂର୍ବକାଳେ ଇସ୍ରାଏଲ ମଧ୍ୟରେ କାହାରି ପରମେଶ୍ୱରଙ୍କ ନିକଟରେ ପଚାରିବା ପାଇଁ ଯିବାର ହେଲେ, ସେ ଏପରି କହେ, “ଆସ, ଆମ୍ଭେମାନେ ଦର୍ଶକ ନିକଟକୁ ଯାଉ;” କାରଣ, ବର୍ତ୍ତମାନ ଯାହାକୁ ଭବିଷ୍ୟଦ୍ବକ୍ତା କହନ୍ତି, ପୂର୍ବକାଳରେ ତାହାକୁ ଦର୍ଶକ କହୁଥିଲେ)।
10ଏହେତୁ ଶାଉଲ ଆପଣା ଯୁବାକୁ କହିଲେ, “ଭଲ କହିଲ; ଆସ, ଆମ୍ଭେମାନେ ଯାଉ।” ତହିଁରେ ପରମେଶ୍ୱରଙ୍କ ଲୋକ ଯେଉଁ ନଗରରେ ଥିଲେ, ସେଠାକୁ ସେମାନେ ଗଲେ।
11ସେମାନେ ନଗରକୁ ଯିବା ଉଠାଣି ପଥରେ ଗଲା ବେଳେ ଜଳ କାଢ଼ିବା ପାଇଁ ବାହାରକୁ ଯିବା କେତେକ ଯୁବତୀଙ୍କି ଦେଖି ପଚାରିଲେ, “ଏଠାରେ ଦର୍ଶକ ଅଛନ୍ତି କି?”
12ତହିଁରେ ସେମାନେ ଉତ୍ତର ଦେଇ କହିଲେ, “ଅଛନ୍ତି; ଦେଖ, ସେ ତୁମ୍ଭ ଆଗରେ ଅଛନ୍ତି; ଶୀଘ୍ର ଯାଅ, କାରଣ ସେ ଆଜି ନଗରକୁ ଆସିଅଛନ୍ତି; ଆଜି ଉଚ୍ଚସ୍ଥଳୀରେ ଲୋକମାନଙ୍କର ଏକ ବଳିଦାନ ଅଛି;