ପ୍ରଥମ ଶାମୁୟେଲ 9

ସେମାନେ ନଗରକୁ ଯିବା ଉଠାଣି ପଥରେ ଗଲା ବେଳେ ଜଳ କାଢ଼ିବା ପାଇଁ ବାହାରକୁ ଯିବା କେତେକ ଯୁବତୀଙ୍କି ଦେଖି ପଚାରିଲେ, “ଏଠାରେ ଦର୍ଶକ ଅଛନ୍ତି କି?”

1 Samuel 9:11 (UKJV) And as they went up the hill to the city, they found young maidens going out to draw water, and said unto them, Is the seer here?

9(ପୂର୍ବକାଳେ ଇସ୍ରାଏଲ ମଧ୍ୟରେ କାହାରି ପରମେଶ୍ୱରଙ୍କ ନିକଟରେ ପଚାରିବା ପାଇଁ ଯିବାର ହେଲେ, ସେ ଏପରି କହେ, “ଆସ, ଆମ୍ଭେମାନେ ଦର୍ଶକ ନିକଟକୁ ଯାଉ;” କାରଣ, ବର୍ତ୍ତମାନ ଯାହାକୁ ଭବିଷ୍ୟଦ୍‍ବକ୍ତା କହନ୍ତି, ପୂର୍ବକାଳରେ ତାହାକୁ ଦର୍ଶକ କହୁଥିଲେ)।

10ଏହେତୁ ଶାଉଲ ଆପଣା ଯୁବାକୁ କହିଲେ, “ଭଲ କହିଲ; ଆସ, ଆମ୍ଭେମାନେ ଯାଉ।” ତହିଁରେ ପରମେଶ୍ୱରଙ୍କ ଲୋକ ଯେଉଁ ନଗରରେ ଥିଲେ, ସେଠାକୁ ସେମାନେ ଗଲେ।

11ସେମାନେ ନଗରକୁ ଯିବା ଉଠାଣି ପଥରେ ଗଲା ବେଳେ ଜଳ କାଢ଼ିବା ପାଇଁ ବାହାରକୁ ଯିବା କେତେକ ଯୁବତୀଙ୍କି ଦେଖି ପଚାରିଲେ, “ଏଠାରେ ଦର୍ଶକ ଅଛନ୍ତି କି?”

12ତହିଁରେ ସେମାନେ ଉତ୍ତର ଦେଇ କହିଲେ, “ଅଛନ୍ତି; ଦେଖ, ସେ ତୁମ୍ଭ ଆଗରେ ଅଛନ୍ତି; ଶୀଘ୍ର ଯାଅ, କାରଣ ସେ ଆଜି ନଗରକୁ ଆସିଅଛନ୍ତି; ଆଜି ଉଚ୍ଚସ୍ଥଳୀରେ ଲୋକମାନଙ୍କର ଏକ ବଳିଦାନ ଅଛି;

13ସେ ଭୋଜନ କରିବା ପାଇଁ ଉଚ୍ଚସ୍ଥଳୀକି ଯିବା ପୂର୍ବେ ତୁମ୍ଭେମାନେ ନଗରରେ ପହଞ୍ଚିଲେ, ସେହିକ୍ଷଣି ତାଙ୍କୁ ଦେଖିବ; କାରଣ, ସେ ନ ଆସିବା ଯାଏ ଲୋକମାନେ ଭୋଜନ କରିବେ ନାହିଁ, ଯେହେତୁ ସେ ବଳିକୁ ଆଶୀର୍ବାଦ କଲା ଉତ୍ତାରେ ନିମନ୍ତ୍ରିତ ଲୋକମାନେ ଭୋଜନ କରନ୍ତି। ଏଣୁ ତୁମ୍ଭେମାନେ ଏହିକ୍ଷଣି ଉଠିଯାଅ, ଏତେବେଳେ ତୁମ୍ଭେମାନେ ତାଙ୍କୁ ପାଇବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.