11ସେମାନେ ନଗରକୁ ଯିବା ଉଠାଣି ପଥରେ ଗଲା ବେଳେ ଜଳ କାଢ଼ିବା ପାଇଁ ବାହାରକୁ ଯିବା କେତେକ ଯୁବତୀଙ୍କି ଦେଖି ପଚାରିଲେ, “ଏଠାରେ ଦର୍ଶକ ଅଛନ୍ତି କି?”
12ତହିଁରେ ସେମାନେ ଉତ୍ତର ଦେଇ କହିଲେ, “ଅଛନ୍ତି; ଦେଖ, ସେ ତୁମ୍ଭ ଆଗରେ ଅଛନ୍ତି; ଶୀଘ୍ର ଯାଅ, କାରଣ ସେ ଆଜି ନଗରକୁ ଆସିଅଛନ୍ତି; ଆଜି ଉଚ୍ଚସ୍ଥଳୀରେ ଲୋକମାନଙ୍କର ଏକ ବଳିଦାନ ଅଛି;
13ସେ ଭୋଜନ କରିବା ପାଇଁ ଉଚ୍ଚସ୍ଥଳୀକି ଯିବା ପୂର୍ବେ ତୁମ୍ଭେମାନେ ନଗରରେ ପହଞ୍ଚିଲେ, ସେହିକ୍ଷଣି ତାଙ୍କୁ ଦେଖିବ; କାରଣ, ସେ ନ ଆସିବା ଯାଏ ଲୋକମାନେ ଭୋଜନ କରିବେ ନାହିଁ, ଯେହେତୁ ସେ ବଳିକୁ ଆଶୀର୍ବାଦ କଲା ଉତ୍ତାରେ ନିମନ୍ତ୍ରିତ ଲୋକମାନେ ଭୋଜନ କରନ୍ତି। ଏଣୁ ତୁମ୍ଭେମାନେ ଏହିକ୍ଷଣି ଉଠିଯାଅ, ଏତେବେଳେ ତୁମ୍ଭେମାନେ ତାଙ୍କୁ ପାଇବ।”
14ତହୁଁ ସେମାନେ ନଗରକୁ ଉଠିଗଲେ; ନଗର ମଧ୍ୟରେ ଉପସ୍ଥିତ ହେବା ମାତ୍ରେ, ଦେଖ, ଉଚ୍ଚସ୍ଥଳୀକି ଯିବା ପାଇଁ ଶାମୁୟେଲ ବାହାରି ଆସି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ।
15ଶାଉଲ ଆସିବାର ଦିନକ ପୂର୍ବେ ସଦାପ୍ରଭୁ ଶାମୁୟେଲଙ୍କ କର୍ଣ୍ଣରେ ଏହି କଥା କହିଥିଲେ,