ପ୍ରଥମ ଶାମୁୟେଲ 9

ସେତେବେଳେ ଶାଉଲ ନଗର-ଦ୍ୱାର ଭିତରେ ଶାମୁୟେଲଙ୍କର ନିକଟବର୍ତ୍ତୀ ହୋଇ କହିଲେ, “ବିନୟ କରୁଅଛି, ଦର୍ଶକର ଗୃହ କେଉଁଠାରେ, ମୋତେ କୁହ।”

1 Samuel 9:18 (UKJV) Then Saul drew near to Samuel in the gate, and said, Tell me, I pray you, where the seer's house is.

16“କାଲି ପ୍ରାୟ ଏହି ସମୟରେ ଆମ୍ଭେ ବିନ୍ୟାମୀନ୍ ପ୍ରଦେଶରୁ ତୁମ୍ଭ ନିକଟକୁ ଜଣେ ଲୋକ ପଠାଇବା, ଆଉ ତୁମ୍ଭେ ତାହାକୁ ଆମ୍ଭ ଇସ୍ରାଏଲ ଲୋକଙ୍କ ଉପରେ ରାଜା କରି ଅଭିଷିକ୍ତ କରିବ ଓ ସେ ଆମ୍ଭ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଉଦ୍ଧାର କରିବ; କାରଣ ଆମ୍ଭ ଲୋକମାନଙ୍କ କ୍ରନ୍ଦନ ଆମ୍ଭ କର୍ଣ୍ଣଗୋଚର ହେବାରୁ ଆମ୍ଭେ ସେମାନଙ୍କ ପ୍ରତି ଦୃଷ୍ଟିପାତ କଲୁ।”

17ଏଥିରେ ଶାମୁୟେଲ ଶାଉଲଙ୍କୁ ଦେଖନ୍ତେ, ସଦାପ୍ରଭୁ ତାଙ୍କୁ କହିଲେ, “ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିଥିଲୁ, ସେହି ବ୍ୟକ୍ତିକୁ ଦେଖ! ସେ ଆମ୍ଭ ଲୋକମାନଙ୍କ ଉପରେ ଶାସନ କରିବ।”

18ସେତେବେଳେ ଶାଉଲ ନଗର-ଦ୍ୱାର ଭିତରେ ଶାମୁୟେଲଙ୍କର ନିକଟବର୍ତ୍ତୀ ହୋଇ କହିଲେ, “ବିନୟ କରୁଅଛି, ଦର୍ଶକର ଗୃହ କେଉଁଠାରେ, ମୋତେ କୁହ।”

19ତହିଁରେ ଶାମୁୟେଲ ଶାଉଲଙ୍କୁ ଉତ୍ତର ଦେଇ କହିଲେ, “ମୁଁ ସେହି ଦର୍ଶକ; ସେ ଉଚ୍ଚସ୍ଥଳୀକି ମୋହର ଆଗେ ଯାଅ, କାରଣ ତୁମ୍ଭେମାନେ ଆଜି ମୋହର ସଙ୍ଗେ ଭୋଜନ କରିବ; ଆଉ ସକାଳେ ମୁଁ ତୁମ୍ଭକୁ ବିଦାୟ କରିବି ଓ ତୁମ୍ଭ ମନରେ ଯେସବୁ କଥା ଅଛି, ତାହାସବୁ ତୁମ୍ଭକୁ ଜଣାଇବି।

20ପୁଣି, ତିନି ଦିନ ହେଲା ତୁମ୍ଭର ଯେଉଁସବୁ ଗଧ ହଜିଛନ୍ତି; ସେମାନଙ୍କଠାରେ ମନ ଦିଅ ନାହିଁ; କାରଣ ସେମାନେ ମିଳିଲେଣି। ପୁଣି, ଇସ୍ରାଏଲ ମଧ୍ୟରେ ସମସ୍ତ ବାଞ୍ଛନୀୟ ବିଷୟ କାହା ପାଇଁ? ତାହା କି ତୁମ୍ଭ ନିମନ୍ତେ ଓ ତୁମ୍ଭର ସମସ୍ତ ପିତୃଗୃହ ନିମନ୍ତେ ନୁହେଁ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.