ପ୍ରଥମ ଶାମୁୟେଲ 9

ପୁଣି, ତାହାର ଶାଉଲ ନାମରେ ଏକ ପୁତ୍ର ଥିଲେ, ସେ ସୁନ୍ଦର ଯୁବା ପୁରୁଷ; ଆଉ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ତାଙ୍କଠାରୁ ଅଧିକ ସୁନ୍ଦର ପୁରୁଷ ନ ଥିଲେ; ସେ ସମସ୍ତ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଊର୍ଦ୍ଧ୍ୱକୁ ଉଚ୍ଚ ଥିଲେ।

1 Samuel 9:2 (UKJV) And he had a son, whose name was Saul, a choice young man, and a goodly: and there was not among the children of Israel a better person than he: from his shoulders and upward he was higher than any of the people.

1ସେହି ସମୟରେ ବିନ୍ୟାମୀନ୍ ବଂଶୀୟ ଅଫୀହର ବୃଦ୍ଧ ପ୍ରପୌତ୍ର, ବଖୋରତର ପ୍ରପୌତ୍ର, ସରୋରର ପୌତ୍ର, ଅବୀୟେଲର ପୁତ୍ର କୀଶ୍‍ ନାମକ ଜଣେ ମହାବିକ୍ରମଶାଳୀ ବିନ୍ୟାମୀନୀୟ ଲୋକ ଥିଲା।

2ପୁଣି, ତାହାର ଶାଉଲ ନାମରେ ଏକ ପୁତ୍ର ଥିଲେ, ସେ ସୁନ୍ଦର ଯୁବା ପୁରୁଷ; ଆଉ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ତାଙ୍କଠାରୁ ଅଧିକ ସୁନ୍ଦର ପୁରୁଷ ନ ଥିଲେ; ସେ ସମସ୍ତ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଊର୍ଦ୍ଧ୍ୱକୁ ଉଚ୍ଚ ଥିଲେ।

3ଏକ ସମୟରେ ଶାଉଲଙ୍କ ପିତା କୀଶ୍‍ର ଗଧସବୁ ହଜିଲେ। ତହିଁରେ କୀଶ୍‍ ଆପଣା ପୁତ୍ର ଶାଉଲଙ୍କୁ କହିଲା, “ତୁମ୍ଭେ ଯୁବାମାନଙ୍କ ମଧ୍ୟରୁ ଜଣକୁ ସଙ୍ଗେ ନେଇ ଗଧ ଖୋଜିବାକୁ ଉଠିଯାଅ।”

4ତେଣୁ ସେ ଇଫ୍ରୟିମ-ପର୍ବତମୟ ଦେଶ ଦେଇ ଗଲେ, ତହୁଁ ଶାଲିଶା ପ୍ରଦେଶ ଦେଇ ଗଲେ, ମାତ୍ର ସେମାନେ ସେମାନଙ୍କୁ ପାଇଲେ ନାହିଁ; ତେବେ ସେମାନେ ଶାଲୀମ୍‍ ପ୍ରଦେଶ ଦେଇ ଗଲେ, ପୁଣି, ସେଠାରେ ଗଧମାନେ ନ ଥିଲେ; ତହିଁ ଉତ୍ତାରେ ସେ ବିନ୍ୟାମୀନ ପ୍ରଦେଶ ଦେଇ ଗଲେ, ମାତ୍ର ସେଠାରେ ସେମାନଙ୍କୁ ପାଇଲେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.