21ତହୁଁ ଶାଉଲ ଉତ୍ତର କରି କହିଲେ, “ମୁଁ କି ଇସ୍ରାଏଲ ବଂଶସମୂହ ମଧ୍ୟରେ କ୍ଷୁଦ୍ରତମ ବିନ୍ୟାମୀନ୍ ବଂଶୀୟ ନୁହେଁ? ଆଉ ବିନ୍ୟାମୀନ୍ ବଂଶୀୟ ସମସ୍ତ ପରିବାର ମଧ୍ୟରେ ମୋର ପରିବାର କି କ୍ଷୁଦ୍ରତମ ନୁହେଁ? ତେବେ ତୁମ୍ଭେ ମୋତେ ଏପ୍ରକାର କଥା କାହିଁକି କହୁଅଛ?”
22ଏଥିରେ ଶାମୁୟେଲ ଶାଉଲଙ୍କୁ ଓ ତାଙ୍କର ଯୁବାକୁ ନେଇ ଭୋଜନଶାଳାକୁ ଗଲେ ଓ ଊଣାଧିକ ତିରିଶ ନିମନ୍ତ୍ରିତ ଲୋକଙ୍କ ମଧ୍ୟରେ ସେମାନଙ୍କୁ ସର୍ବୋତ୍ତମ ସ୍ଥାନରେ ବସାଇଲେ।
23ଏଉତ୍ତାରେ ଶାମୁୟେଲ ପାଚକକୁ କହିଲେ, “ମୁଁ ତୁମ୍ଭକୁ ଯେଉଁ ଅଂଶ ଦେଇ ଆପଣା ନିକଟରେ ରଖିଥାଅ ବୋଲି କହିଥିଲି, ତାହା ଆଣ।”
24ତହିଁରେ ପାଚକ ଚଟୁଆ ଓ ତହିଁ ଉପରେ ଯାହା ଥିଲା, ତାହା ଆଣି ଶାଉଲଙ୍କ ଆଗରେ ଥୋଇଲା। ତହୁଁ ଶାମୁୟେଲ କହିଲେ, “ଦେଖ! ଏହା ରଖାଯାଇଥିଲା, ଆପଣା ଆଗରେ ରଖି ଭୋଜନ କର; ଯେହେତୁ ନିରୂପିତ ସମୟ ଅପେକ୍ଷାରେ ଏହା ତୁମ୍ଭ ପାଇଁ ରଖାଯାଇଅଛି, କାରଣ ମୁଁ ଲୋକମାନଙ୍କୁ ନିମନ୍ତ୍ରଣ କରିଅଛି ବୋଲି କହିଥିଲି।” ତହିଁରେ ସେହି ଦିନ ଶାଉଲ ଶାମୁୟେଲଙ୍କ ସଙ୍ଗେ ଭୋଜନ କଲେ।
25ତହୁଁ ସେମାନେ ଉଚ୍ଚସ୍ଥଳୀରୁ ଓହ୍ଲାଇ ନଗରକୁ ଆସନ୍ତେ, ଶାମୁୟେଲ ଗୃହ-ଛାତ ଉପରେ ଶାଉଲଙ୍କ ସଙ୍ଗେ ଆଳାପ କଲେ।