23ଏଉତ୍ତାରେ ଶାମୁୟେଲ ପାଚକକୁ କହିଲେ, “ମୁଁ ତୁମ୍ଭକୁ ଯେଉଁ ଅଂଶ ଦେଇ ଆପଣା ନିକଟରେ ରଖିଥାଅ ବୋଲି କହିଥିଲି, ତାହା ଆଣ।”
24ତହିଁରେ ପାଚକ ଚଟୁଆ ଓ ତହିଁ ଉପରେ ଯାହା ଥିଲା, ତାହା ଆଣି ଶାଉଲଙ୍କ ଆଗରେ ଥୋଇଲା। ତହୁଁ ଶାମୁୟେଲ କହିଲେ, “ଦେଖ! ଏହା ରଖାଯାଇଥିଲା, ଆପଣା ଆଗରେ ରଖି ଭୋଜନ କର; ଯେହେତୁ ନିରୂପିତ ସମୟ ଅପେକ୍ଷାରେ ଏହା ତୁମ୍ଭ ପାଇଁ ରଖାଯାଇଅଛି, କାରଣ ମୁଁ ଲୋକମାନଙ୍କୁ ନିମନ୍ତ୍ରଣ କରିଅଛି ବୋଲି କହିଥିଲି।” ତହିଁରେ ସେହି ଦିନ ଶାଉଲ ଶାମୁୟେଲଙ୍କ ସଙ୍ଗେ ଭୋଜନ କଲେ।
25ତହୁଁ ସେମାନେ ଉଚ୍ଚସ୍ଥଳୀରୁ ଓହ୍ଲାଇ ନଗରକୁ ଆସନ୍ତେ, ଶାମୁୟେଲ ଗୃହ-ଛାତ ଉପରେ ଶାଉଲଙ୍କ ସଙ୍ଗେ ଆଳାପ କଲେ।
26ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠିଲେ; ପୁଣି, ପ୍ରାୟ ଦିବସ-ପ୍ରକାଶ ସମୟରେ ଶାମୁୟେଲ ଗୃହ-ଛାତ ଉପରେ ଶାଉଲଙ୍କୁ ଡାକି କହିଲେ, “ଉଠ, ମୁଁ ତୁମ୍ଭଙ୍କୁ ବିଦାୟ କରିବି।” ତହିଁରେ ଶାଉଲ ଉଠିଲେ, ପୁଣି, ସେ ଓ ଶାମୁୟେଲ ଦୁହେଁ ବାହାରକୁ ଗଲେ।
27ଆଉ ସେମାନେ ନଗର-ପ୍ରାନ୍ତରେ ହେବା ବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, “ଏହି ଯୁବାକୁ ଆମ୍ଭମାନଙ୍କ ଆଗେ ଯିବାକୁ କୁହ; (ତହୁଁ ସେ ଆଗେ ଗଲା); ମାତ୍ର ତୁମ୍ଭେ ବର୍ତ୍ତମାନ ଠିଆ ହୁଅ, ଆମ୍ଭେ ତୁମ୍ଭକୁ ପରମେଶ୍ୱରଙ୍କ ବାକ୍ୟ ଶୁଣାଇବା।”