ପ୍ରଥମ ଶାମୁୟେଲ 9

ଯେତେବେଳେ ସେମାନେ ସୂଫ ପ୍ରଦେଶରେ ଉପସ୍ଥିତ ହେଲେ, ସେତେବେଳେ ଶାଉଲ ଆପଣା ସଙ୍ଗୀ ଯୁବାକୁ କହିଲେ, “ଆସ ଆମ୍ଭେମାନେ ଫେରିଯାଉ; ନୋହିଲେ ମୋହର ପିତା ଗଧମାନଙ୍କ ବିଷୟରେ ଚିନ୍ତା କରିବା ଛାଡ଼ି ଆମ୍ଭମାନଙ୍କ ବିଷୟରେ ଚିନ୍ତା କରିବେ।”

1 Samuel 9:5 (UKJV) And when they were come to the land of Zuph, Saul said to his servant that was with him, Come, and let us return; lest my father leave caring for the asses, and take thought for us.

3ଏକ ସମୟରେ ଶାଉଲଙ୍କ ପିତା କୀଶ୍‍ର ଗଧସବୁ ହଜିଲେ। ତହିଁରେ କୀଶ୍‍ ଆପଣା ପୁତ୍ର ଶାଉଲଙ୍କୁ କହିଲା, “ତୁମ୍ଭେ ଯୁବାମାନଙ୍କ ମଧ୍ୟରୁ ଜଣକୁ ସଙ୍ଗେ ନେଇ ଗଧ ଖୋଜିବାକୁ ଉଠିଯାଅ।”

4ତେଣୁ ସେ ଇଫ୍ରୟିମ-ପର୍ବତମୟ ଦେଶ ଦେଇ ଗଲେ, ତହୁଁ ଶାଲିଶା ପ୍ରଦେଶ ଦେଇ ଗଲେ, ମାତ୍ର ସେମାନେ ସେମାନଙ୍କୁ ପାଇଲେ ନାହିଁ; ତେବେ ସେମାନେ ଶାଲୀମ୍‍ ପ୍ରଦେଶ ଦେଇ ଗଲେ, ପୁଣି, ସେଠାରେ ଗଧମାନେ ନ ଥିଲେ; ତହିଁ ଉତ୍ତାରେ ସେ ବିନ୍ୟାମୀନ ପ୍ରଦେଶ ଦେଇ ଗଲେ, ମାତ୍ର ସେଠାରେ ସେମାନଙ୍କୁ ପାଇଲେ ନାହିଁ।

5ଯେତେବେଳେ ସେମାନେ ସୂଫ ପ୍ରଦେଶରେ ଉପସ୍ଥିତ ହେଲେ, ସେତେବେଳେ ଶାଉଲ ଆପଣା ସଙ୍ଗୀ ଯୁବାକୁ କହିଲେ, “ଆସ ଆମ୍ଭେମାନେ ଫେରିଯାଉ; ନୋହିଲେ ମୋହର ପିତା ଗଧମାନଙ୍କ ବିଷୟରେ ଚିନ୍ତା କରିବା ଛାଡ଼ି ଆମ୍ଭମାନଙ୍କ ବିଷୟରେ ଚିନ୍ତା କରିବେ।”

6ତହିଁରେ ସେ ତାଙ୍କୁ କହିଲା, “ଦେଖ, ଏହି ନଗରରେ ପରମେଶ୍ୱରଙ୍କର ଏକ ଲୋକ ଅଛନ୍ତି, ସେ ଅତି ମାନ୍ୟଗଣ୍ୟ ଲୋକ; ସେ ଯାହାସବୁ କହନ୍ତି, ନିଶ୍ଚୟ ସଫଳ ହୁଏ; ଆସ, ଆମ୍ଭେମାନେ ସେଠାକୁ ଯାଉ; ହୋଇପାରେ, ଆମ୍ଭେମାନେ ଯେଉଁ ଯାତ୍ରା କରୁଅଛୁ, ସେ ବିଷୟ ସେ ଆମ୍ଭମାନଙ୍କୁ ଜଣାଇ ପାରିବେ।”

7ତେବେ ଶାଉଲ ଆପଣା ଯୁବାକୁ କହିଲେ, “ମାତ୍ର ଦେଖ, ଆମ୍ଭେମାନେ ଗଲେ, ସେ ଲୋକଙ୍କ ନିକଟକୁ କଅଣ ନେବା? କାରଣ ଆମ୍ଭମାନଙ୍କ ପାତ୍ରରୁ ଖାଦ୍ୟସାମଗ୍ରୀ ସରିଲାଣି, ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ନେବା ପାଇଁ କୌଣସି ଦର୍ଶନୀ ନାହିଁ; ଆମ୍ଭମାନଙ୍କ ପାଖରେ କଅଣ ଅଛି?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.