4ତେଣୁ ସେ ଇଫ୍ରୟିମ-ପର୍ବତମୟ ଦେଶ ଦେଇ ଗଲେ, ତହୁଁ ଶାଲିଶା ପ୍ରଦେଶ ଦେଇ ଗଲେ, ମାତ୍ର ସେମାନେ ସେମାନଙ୍କୁ ପାଇଲେ ନାହିଁ; ତେବେ ସେମାନେ ଶାଲୀମ୍ ପ୍ରଦେଶ ଦେଇ ଗଲେ, ପୁଣି, ସେଠାରେ ଗଧମାନେ ନ ଥିଲେ; ତହିଁ ଉତ୍ତାରେ ସେ ବିନ୍ୟାମୀନ ପ୍ରଦେଶ ଦେଇ ଗଲେ, ମାତ୍ର ସେଠାରେ ସେମାନଙ୍କୁ ପାଇଲେ ନାହିଁ।
5ଯେତେବେଳେ ସେମାନେ ସୂଫ ପ୍ରଦେଶରେ ଉପସ୍ଥିତ ହେଲେ, ସେତେବେଳେ ଶାଉଲ ଆପଣା ସଙ୍ଗୀ ଯୁବାକୁ କହିଲେ, “ଆସ ଆମ୍ଭେମାନେ ଫେରିଯାଉ; ନୋହିଲେ ମୋହର ପିତା ଗଧମାନଙ୍କ ବିଷୟରେ ଚିନ୍ତା କରିବା ଛାଡ଼ି ଆମ୍ଭମାନଙ୍କ ବିଷୟରେ ଚିନ୍ତା କରିବେ।”
6ତହିଁରେ ସେ ତାଙ୍କୁ କହିଲା, “ଦେଖ, ଏହି ନଗରରେ ପରମେଶ୍ୱରଙ୍କର ଏକ ଲୋକ ଅଛନ୍ତି, ସେ ଅତି ମାନ୍ୟଗଣ୍ୟ ଲୋକ; ସେ ଯାହାସବୁ କହନ୍ତି, ନିଶ୍ଚୟ ସଫଳ ହୁଏ; ଆସ, ଆମ୍ଭେମାନେ ସେଠାକୁ ଯାଉ; ହୋଇପାରେ, ଆମ୍ଭେମାନେ ଯେଉଁ ଯାତ୍ରା କରୁଅଛୁ, ସେ ବିଷୟ ସେ ଆମ୍ଭମାନଙ୍କୁ ଜଣାଇ ପାରିବେ।”
7ତେବେ ଶାଉଲ ଆପଣା ଯୁବାକୁ କହିଲେ, “ମାତ୍ର ଦେଖ, ଆମ୍ଭେମାନେ ଗଲେ, ସେ ଲୋକଙ୍କ ନିକଟକୁ କଅଣ ନେବା? କାରଣ ଆମ୍ଭମାନଙ୍କ ପାତ୍ରରୁ ଖାଦ୍ୟସାମଗ୍ରୀ ସରିଲାଣି, ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ନେବା ପାଇଁ କୌଣସି ଦର୍ଶନୀ ନାହିଁ; ଆମ୍ଭମାନଙ୍କ ପାଖରେ କଅଣ ଅଛି?”
8ତହିଁରେ ସେହି ଯୁବା ଶାଉଲଙ୍କୁ ପୁନର୍ବାର ଉତ୍ତର ଦେଇ କହିଲା, “ଦେଖ, ଆମ୍ଭ ହାତରେ ଏକ ଶେକଲ ରୂପାର ଚତୁର୍ଥାଂଶ ଅଛି; ଆମ୍ଭମାନଙ୍କ ଯାତ୍ରା ବିଷୟ ଆମ୍ଭମାନଙ୍କୁ ଜଣାଇବା ପାଇଁ ଆମ୍ଭେ ପରମେଶ୍ୱରଙ୍କ ଲୋକଙ୍କୁ ତାହା ଦେବା।”