୧ ଥେସଲନୀକୀୟ 1

କାରଣ ହେ ଈଶ୍ବରଙ୍କ ପ୍ରିୟ ଭ୍ରାତୃବୃନ୍ଦ, ଆମ୍ଭେମାନେ ଜାଣୁ ଯେ, ତୁମ୍ଭେମାନେ ମନୋନୀତ ଲୋକ,

1 Thessalonians 1:4 (UKJV) Knowing, brethren beloved, your election of God.

2ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ଆମ୍ଭେମାନେ ତୁମ୍ଭମାନଙ୍କ ବିଶ୍ୱାସର କର୍ମ, ପ୍ରେମର ପରିଶ୍ରମ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧୀୟ ତୁମ୍ଭମାନଙ୍କ ଭରସାର ଧୈର୍ଯ୍ୟ ବିଷୟ ନିରନ୍ତର ସ୍ମରଣ କରି,

3ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛୁ;

4କାରଣ ହେ ଈଶ୍ବରଙ୍କ ପ୍ରିୟ ଭ୍ରାତୃବୃନ୍ଦ, ଆମ୍ଭେମାନେ ଜାଣୁ ଯେ, ତୁମ୍ଭେମାନେ ମନୋନୀତ ଲୋକ,

5ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ।

6ପୁଣି, ତୁମ୍ଭେମାନେ ବହୁ କ୍ଲେଶ ଭୋଗ ମଧ୍ୟରେ ପବିତ୍ର ଆତ୍ମାଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.