୧ ଥେସଲନୀକୀୟ 1

ପୁଣି, ତୁମ୍ଭେମାନେ ବହୁ କ୍ଲେଶ ଭୋଗ ମଧ୍ୟରେ ପବିତ୍ର ଆତ୍ମାଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ,

1 Thessalonians 1:6 (UKJV) And all of you became followers of us, and of the Lord, having received the word in much affliction, with joy of the Holy Spirit.

4କାରଣ ହେ ଈଶ୍ବରଙ୍କ ପ୍ରିୟ ଭ୍ରାତୃବୃନ୍ଦ, ଆମ୍ଭେମାନେ ଜାଣୁ ଯେ, ତୁମ୍ଭେମାନେ ମନୋନୀତ ଲୋକ,

5ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ।

6ପୁଣି, ତୁମ୍ଭେମାନେ ବହୁ କ୍ଲେଶ ଭୋଗ ମଧ୍ୟରେ ପବିତ୍ର ଆତ୍ମାଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ,

7ଯେପରିକି ତୁମ୍ଭେମାନେ ମାକିଦନିଆ ଓ ଆଖାୟା ନିବାସୀ ସମସ୍ତ ବିଶ୍ୱାସୀଙ୍କ ପ୍ରତି ଆଦର୍ଶ ସ୍ୱରୂପ ହୋଇଥିଲ।

8କାରଣ ତୁମ୍ଭମାନଙ୍କ ଦ୍ୱାରା ପ୍ରଭୁଙ୍କର ବାକ୍ୟ ଯେ କେବଳ ମାକିଦନିଆ ଓ ଆଖାୟାରେ ପ୍ରଚାରିତ ହୋଇଅଛି, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ପ୍ରତି ତୁମ୍ଭମାନଙ୍କ ବିଶ୍ୱାସର ବିଷୟ ସର୍ବତ୍ର ଏପରି ବ୍ୟାପ୍ତ ହୋଇଅଛି ଯେ, ସେ ସମ୍ବନ୍ଧରେ ଆମ୍ଭମାନଙ୍କର କିଛି କହିବା ଆବଶ୍ୟକ ନୁହେଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.