୧ ଥେସଲନୀକୀୟ 1

ଯେପରିକି ତୁମ୍ଭେମାନେ ମାକିଦନିଆ ଓ ଆଖାୟା ନିବାସୀ ସମସ୍ତ ବିଶ୍ୱାସୀଙ୍କ ପ୍ରତି ଆଦର୍ଶ ସ୍ୱରୂପ ହୋଇଥିଲ।

1 Thessalonians 1:7 (UKJV) So that all of you were ensamples to all that believe in Macedonia and Achaia.

5ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ।

6ପୁଣି, ତୁମ୍ଭେମାନେ ବହୁ କ୍ଲେଶ ଭୋଗ ମଧ୍ୟରେ ପବିତ୍ର ଆତ୍ମାଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ,

7ଯେପରିକି ତୁମ୍ଭେମାନେ ମାକିଦନିଆ ଓ ଆଖାୟା ନିବାସୀ ସମସ୍ତ ବିଶ୍ୱାସୀଙ୍କ ପ୍ରତି ଆଦର୍ଶ ସ୍ୱରୂପ ହୋଇଥିଲ।

8କାରଣ ତୁମ୍ଭମାନଙ୍କ ଦ୍ୱାରା ପ୍ରଭୁଙ୍କର ବାକ୍ୟ ଯେ କେବଳ ମାକିଦନିଆ ଓ ଆଖାୟାରେ ପ୍ରଚାରିତ ହୋଇଅଛି, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ପ୍ରତି ତୁମ୍ଭମାନଙ୍କ ବିଶ୍ୱାସର ବିଷୟ ସର୍ବତ୍ର ଏପରି ବ୍ୟାପ୍ତ ହୋଇଅଛି ଯେ, ସେ ସମ୍ବନ୍ଧରେ ଆମ୍ଭମାନଙ୍କର କିଛି କହିବା ଆବଶ୍ୟକ ନୁହେଁ।

9ଯେଣୁ ଲୋକମାନେ ନିଜେ ନିଜେ ଆମ୍ଭମାନଙ୍କ ସମ୍ବନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କଅଣ ଘଟିଥିଲା ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ବରଙ୍କର ସେବା କରିବା ନିମନ୍ତେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.