୧ ଥେସଲନୀକୀୟ 1

କାରଣ ତୁମ୍ଭମାନଙ୍କ ଦ୍ୱାରା ପ୍ରଭୁଙ୍କର ବାକ୍ୟ ଯେ କେବଳ ମାକିଦନିଆ ଓ ଆଖାୟାରେ ପ୍ରଚାରିତ ହୋଇଅଛି, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ପ୍ରତି ତୁମ୍ଭମାନଙ୍କ ବିଶ୍ୱାସର ବିଷୟ ସର୍ବତ୍ର ଏପରି ବ୍ୟାପ୍ତ ହୋଇଅଛି ଯେ, ସେ ସମ୍ବନ୍ଧରେ ଆମ୍ଭମାନଙ୍କର କିଛି କହିବା ଆବଶ୍ୟକ ନୁହେଁ।

1 Thessalonians 1:8 (UKJV) For from you sounded out the word of the Lord not only in Macedonia and Achaia, but also in every place your faith toward God is spread abroad; so that we need not to speak any thing.

6ପୁଣି, ତୁମ୍ଭେମାନେ ବହୁ କ୍ଲେଶ ଭୋଗ ମଧ୍ୟରେ ପବିତ୍ର ଆତ୍ମାଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ,

7ଯେପରିକି ତୁମ୍ଭେମାନେ ମାକିଦନିଆ ଓ ଆଖାୟା ନିବାସୀ ସମସ୍ତ ବିଶ୍ୱାସୀଙ୍କ ପ୍ରତି ଆଦର୍ଶ ସ୍ୱରୂପ ହୋଇଥିଲ।

8କାରଣ ତୁମ୍ଭମାନଙ୍କ ଦ୍ୱାରା ପ୍ରଭୁଙ୍କର ବାକ୍ୟ ଯେ କେବଳ ମାକିଦନିଆ ଓ ଆଖାୟାରେ ପ୍ରଚାରିତ ହୋଇଅଛି, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ପ୍ରତି ତୁମ୍ଭମାନଙ୍କ ବିଶ୍ୱାସର ବିଷୟ ସର୍ବତ୍ର ଏପରି ବ୍ୟାପ୍ତ ହୋଇଅଛି ଯେ, ସେ ସମ୍ବନ୍ଧରେ ଆମ୍ଭମାନଙ୍କର କିଛି କହିବା ଆବଶ୍ୟକ ନୁହେଁ।

9ଯେଣୁ ଲୋକମାନେ ନିଜେ ନିଜେ ଆମ୍ଭମାନଙ୍କ ସମ୍ବନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କଅଣ ଘଟିଥିଲା ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ବରଙ୍କର ସେବା କରିବା ନିମନ୍ତେ,

10ପୁଣି, ସେ ଆପଣା ଯେଉଁ ପୁତ୍ରଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ଆଗାମୀ କ୍ରୋଧରୁ ଆମ୍ଭମାନଙ୍କ ସେହି ଉଦ୍ଧାରକର୍ତ୍ତା ଯୀଶୁଙ୍କ ସ୍ୱର୍ଗରୁ ଆଗମନ କରିବାର ଅପେକ୍ଷାରେ ରହିବା ନିମନ୍ତେ ଈଶ୍ଵରଙ୍କ ପ୍ରତି ଫେରିଲ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.