12ଯେପରି ତୁମ୍ଭମାନଙ୍କ ଆହ୍ୱାନକାରୀ ଈଶ୍ବରଙ୍କ ଯୋଗ୍ୟ ଆଚରଣ କରି, ତାହାଙ୍କ ରାଜ୍ୟ ଓ ଗୌରବର ଅଂଶୀ ହୋଇପାର।
13ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ବରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ବରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ବରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ବରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।
14କାରଣ, ହେ ଭାଇମାନେ, ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଯିହୂଦିୟା ପ୍ରଦେଶସ୍ଥ ଈଶ୍ବରଙ୍କ ମଣ୍ଡଳୀ-ସମୂହର ଅନୁକାରୀ ହୋଇଅଛ, ଯେଣୁ ସେମାନେ ଯିହୁଦୀମାନଙ୍କ ଦ୍ୱାରା ଯେଉଁ ଦୁଃଖଭୋଗ କରିଥିଲେ, ତୁମ୍ଭେମାନେ ମଧ୍ୟ ସ୍ୱଜାତୀୟମାନଙ୍କ ଦ୍ୱାରା ସେହିସବୁ ଦୁଃଖଭୋଗ କରୁଅଛ।
15ସେହି ଯିହୁଦୀମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ, ପୁଣି, ଭାବବାଦୀମାନଙ୍କୁ ମଧ୍ୟ ବଧ କରିଥିଲେ, ଆଉ ଆମ୍ଭମାନଙ୍କୁ ତାଡ଼ନା କଲେ; ସେମାନେ ଈଶ୍ବରଙ୍କ ଅସନ୍ତୋଷପାତ୍ର ଓ ସମସ୍ତ ମାନବଜାତିର ବିପକ୍ଷ,
16କାରଣ ଅଣଯିହୁଦୀମାନଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ନିକଟରେ ପ୍ରଚାର କରିବାକୁ ସେମାନେ ସର୍ବଦା ଆମ୍ଭମାନଙ୍କୁ ବାଧା ଦିଅନ୍ତି, ପୁଣି, ସେମାନେ ପାପରେ ଆପଣା ଆପଣାକୁ ପରିପୂର୍ଣ୍ଣ କରୁଥାଆନ୍ତି; ସେମାନଙ୍କ ଉପରେ କ୍ରୋଧ ସମ୍ପୂର୍ଣ୍ଣ ରୂପେ ବର୍ତ୍ତିଲାଣି।