୧ ଥେସଲନୀକୀୟ 2

କାରଣ ଅଣଯିହୁଦୀମାନଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ନିକଟରେ ପ୍ରଚାର କରିବାକୁ ସେମାନେ ସର୍ବଦା ଆମ୍ଭମାନଙ୍କୁ ବାଧା ଦିଅନ୍ତି, ପୁଣି, ସେମାନେ ପାପରେ ଆପଣା ଆପଣାକୁ ପରିପୂର୍ଣ୍ଣ କରୁଥାଆନ୍ତି; ସେମାନଙ୍କ ଉପରେ କ୍ରୋଧ ସମ୍ପୂର୍ଣ୍ଣ ରୂପେ ବର୍ତ୍ତିଲାଣି।

1 Thessalonians 2:16 (UKJV) Forbidding us to speak to the Gentiles that they might be saved, to fill up their sins always: for the wrath has come upon them to the uttermost.

14କାରଣ, ହେ ଭାଇମାନେ, ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଯିହୂଦିୟା ପ୍ରଦେଶସ୍ଥ ଈଶ୍ବରଙ୍କ ମଣ୍ଡଳୀ-ସମୂହର ଅନୁକାରୀ ହୋଇଅଛ, ଯେଣୁ ସେମାନେ ଯିହୁଦୀମାନଙ୍କ ଦ୍ୱାରା ଯେଉଁ ଦୁଃଖଭୋଗ କରିଥିଲେ, ତୁମ୍ଭେମାନେ ମଧ୍ୟ ସ୍ୱଜାତୀୟମାନଙ୍କ ଦ୍ୱାରା ସେହିସବୁ ଦୁଃଖଭୋଗ କରୁଅଛ।

15ସେହି ଯିହୁଦୀମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ, ପୁଣି, ଭାବବାଦୀମାନଙ୍କୁ ମଧ୍ୟ ବଧ କରିଥିଲେ, ଆଉ ଆମ୍ଭମାନଙ୍କୁ ତାଡ଼ନା କଲେ; ସେମାନେ ଈଶ୍ବରଙ୍କ ଅସନ୍ତୋଷପାତ୍ର ଓ ସମସ୍ତ ମାନବଜାତିର ବିପକ୍ଷ,

16କାରଣ ଅଣଯିହୁଦୀମାନଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ନିକଟରେ ପ୍ରଚାର କରିବାକୁ ସେମାନେ ସର୍ବଦା ଆମ୍ଭମାନଙ୍କୁ ବାଧା ଦିଅନ୍ତି, ପୁଣି, ସେମାନେ ପାପରେ ଆପଣା ଆପଣାକୁ ପରିପୂର୍ଣ୍ଣ କରୁଥାଆନ୍ତି; ସେମାନଙ୍କ ଉପରେ କ୍ରୋଧ ସମ୍ପୂର୍ଣ୍ଣ ରୂପେ ବର୍ତ୍ତିଲାଣି।

17କିନ୍ତୁ, ହେ ଭାଇମାନେ, ଆମ୍ଭେମାନେ ହୃଦୟରେ ନୁହେଁ, ମାତ୍ର ଶରୀରରେ ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କଠାରୁ ବିଚ୍ଛିନ୍ନ ହୋଇଥିବାରୁ ତୁମ୍ଭମାନଙ୍କ ମୁଖ ଦେଖିବାକୁ ଅତ୍ୟନ୍ତ ଆକାଂକ୍ଷା ସହକାରେ ଅଧିକ ଚେଷ୍ଟା କରିଥିଲୁ।

18ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମନସ୍ଥ କରିଥିଲୁ, ବିଶେଷରେ ମୁଁ ପାଉଲ ଥରେ, ହଁ, ଦୁଇ ଥର ମନସ୍ଥ କରିଥିଲି, କିନ୍ତୁ ଶୟତାନ ଆମ୍ଭମାନଙ୍କୁ ବାଧା ଦେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.