17କିନ୍ତୁ, ହେ ଭାଇମାନେ, ଆମ୍ଭେମାନେ ହୃଦୟରେ ନୁହେଁ, ମାତ୍ର ଶରୀରରେ ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କଠାରୁ ବିଚ୍ଛିନ୍ନ ହୋଇଥିବାରୁ ତୁମ୍ଭମାନଙ୍କ ମୁଖ ଦେଖିବାକୁ ଅତ୍ୟନ୍ତ ଆକାଂକ୍ଷା ସହକାରେ ଅଧିକ ଚେଷ୍ଟା କରିଥିଲୁ।
18ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମନସ୍ଥ କରିଥିଲୁ, ବିଶେଷରେ ମୁଁ ପାଉଲ ଥରେ, ହଁ, ଦୁଇ ଥର ମନସ୍ଥ କରିଥିଲି, କିନ୍ତୁ ଶୟତାନ ଆମ୍ଭମାନଙ୍କୁ ବାଧା ଦେଲା।
19କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭମାନଙ୍କ ଭରସା, ଆନନ୍ଦ କି ଦର୍ପର ମୁକୁଟ କଅଣ? ତାହା କି ତୁମ୍ଭେମାନେ ନୁହଁ?
20ତୁମ୍ଭେମାନେ ତ ଆମ୍ଭମାନଙ୍କ ଗୌରବ ଓ ଆନନ୍ଦର କାରଣ ଅଟ।