1ହେ ଭାଇମାନେ, ତୁମ୍ଭେମାନେ ନିଜେ ଜାଣ ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ବୃଥା ହୋଇ ନାହିଁ।
2ମାତ୍ର ଯେପରି ତୁମ୍ଭେମାନେ ଜାଣ, ଆମ୍ଭେମାନେ ସେଥିପୂର୍ବେ ଫିଲିପ୍ପୀରେ ଦୁଃଖ ଓ ଅତ୍ୟାଚାର ଭୋଗ କଲା ଉତ୍ତାରେ ତୁମ୍ଭମାନଙ୍କ ନିକଟରେ ଅତିଶୟ ପ୍ରାଣପଣ ଈଶ୍ବରଙ୍କ ସୁସମାଚାର ପ୍ରଚାର କରିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ବରଙ୍କ ଦ୍ୱାରା ସାହସ ପ୍ରାପ୍ତ ହୋଇଥିଲୁ।
3କାରଣ ଆମ୍ଭମାନଙ୍କ ଉପଦେଶ ଭ୍ରମ ଅବା ଅଶୁଚିତାମୂଳକ କିଅବା ଛଳଯୁକ୍ତ ନ ଥିଲା,
4କିନ୍ତୁ ଆମ୍ଭମାନଙ୍କ ହସ୍ତରେ ସୁସମାଚାର ପ୍ରଚାରର ଭାର ସମର୍ପିତ ହେବା ନିମନ୍ତେ ଆମ୍ଭେମାନେ ଯେରୂପେ ଈଶ୍ବରଙ୍କ ଦ୍ୱାରା ଯୋଗ୍ୟ ଗଣିତ ହୋଇଅଛୁ, ସେହିରୂପେ ଆମ୍ଭେମାନେ ପ୍ରଚାର କରୁଅଛୁ; ଅତଏବ ଆମ୍ଭମାନଙ୍କ ହୃଦୟର ପରୀକ୍ଷକ ଯେ ଈଶ୍ବର, ବରଂ ଆମ୍ଭେମାନେ ମନୁଷ୍ୟକୁ ସନ୍ତୁଷ୍ଟ ନ କରି ଈଶ୍ବରଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ତାହା କରୁଅଛୁ।
5ତୁମ୍ଭେମାନେ ତ ଜାଣ ଯେ, ଆମ୍ଭେମାନେ କୌଣସି ପ୍ରକାର ଚାଟୁବାଦ ବ୍ୟବହାର କରି ନାହୁଁ, କିଅବା ଲୋଭର ଛଳନାତ୍ମକ ବାକ୍ୟ କହିନାହୁଁ, ଈଶ୍ବର ଏଥିର ସାକ୍ଷୀ।