5ତୁମ୍ଭେମାନେ ତ ଜାଣ ଯେ, ଆମ୍ଭେମାନେ କୌଣସି ପ୍ରକାର ଚାଟୁବାଦ ବ୍ୟବହାର କରି ନାହୁଁ, କିଅବା ଲୋଭର ଛଳନାତ୍ମକ ବାକ୍ୟ କହିନାହୁଁ, ଈଶ୍ବର ଏଥିର ସାକ୍ଷୀ।
6ଯଦ୍ୟପି ଖ୍ରୀଷ୍ଟଙ୍କ ପ୍ରେରିତ ସ୍ୱରୂପେ ଆମ୍ଭେମାନେ ସମ୍ଭ୍ରମ ଦାବି କରିପାରିଥାଆନ୍ତୁ, ତଥାପି ତୁମ୍ଭମାନଙ୍କଠାରୁ ହେଉ ବା ଅନ୍ୟ କାହାରିଠାରୁ ହେଉ କୌଣସି ମନୁଷ୍ୟଠାରୁ ଗୌରବ ପାଇବାକୁ ଚେଷ୍ଟା କରି ନାହୁଁ।
7କିନ୍ତୁ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ମୃଦୁଶୀଳ ହୋଇ, ମାତା ଯେପରି ଆପଣା ସନ୍ତାନମାନଙ୍କୁ ଲାଳନପାଳନ କରେ,
8ସେହି ପ୍ରକାରେ ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ସ୍ନେହ ଥିବାରୁ ଆମ୍ଭେମାନେ ତୁମ୍ଭମାନଙ୍କୁ ଈଶ୍ବରଙ୍କ ସୁସମାଚାର କେବଳ ନୁହେଁ, ମାତ୍ର ଆପଣା ପ୍ରାଣ ଦେବାକୁ ସୁଧା ଇଚ୍ଛୁକ ଥିଲୁ, କାରଣ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରିୟପାତ୍ର ହୋଇଥିଲ।
9ହେ ଭାଇମାନେ, ଆମ୍ଭମାନଙ୍କ ପରିଶ୍ରମ ଓ କଠିନ କାର୍ଯ୍ୟ ତୁମ୍ଭମାନଙ୍କ ସ୍ମରଣରେ ଅଛି; ଯେପରି ଆମ୍ଭେମାନେ ତୁମ୍ଭମାନଙ୍କ କାହାରି ଭାର ସ୍ୱରୂପ ନ ହେଉ, ଏଥିନିମନ୍ତେ ଦିବାରାତ୍ର କଠୋର ପରିଶ୍ରମ କରି ଈଶ୍ବରଙ୍କ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ।