୧ ଥେସଲନୀକୀୟ 3

ଅତଏବ ଆମ୍ଭେମାନେ ଆଉ ସହି ନ ପାରିବାରୁ ଆଥିନୀ ସହରରେ ଏକାକୀ ପଛରେ ରହିବା ପାଇଁ ସ୍ଥିର କଲୁ;

1 Thessalonians 3:1 (UKJV) Wherefore when we could no longer forbear, we thought it good to be left at Athens alone;

1ଅତଏବ ଆମ୍ଭେମାନେ ଆଉ ସହି ନ ପାରିବାରୁ ଆଥିନୀ ସହରରେ ଏକାକୀ ପଛରେ ରହିବା ପାଇଁ ସ୍ଥିର କଲୁ;

2ପୁଣି, ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଉତ୍ସାହ ଦେବାକୁ ଓ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ, ଖ୍ରୀଷ୍ଟଙ୍କ ସୁସମାଚାର କାର୍ଯ୍ୟରେ ଈଶ୍ବରଙ୍କ ସହକର୍ମୀ ଆମ୍ଭମାନଙ୍କ ଭାଇ ତୀମଥିଙ୍କୁ ପଠାଇଲୁ,

3ଯେପରି କେହି ଏହି ସମସ୍ତ କ୍ଲେଶ ମଧ୍ୟରେ ବିଚଳିତ ନ ହୁଏ। କାରଣ ଆମ୍ଭେମାନେ ଏଥିନିମନ୍ତେ ନିରୂପିତ ବୋଲି ତୁମ୍ଭେମାନେ ତ ଜାଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.