10ତୁମ୍ଭମାନଙ୍କ ବିଶ୍ୱାସର ଯାହା କିଛି ଉଣା ଅଛି, ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ସହିତ ଯେପରି ସାକ୍ଷାତ କରିପାରୁ, ଏଥିପାଇଁ ଦିବାରାତ୍ର ପ୍ରାର୍ଥନା କରୁଅଛୁ।
11ଆମ୍ଭମାନଙ୍କ ଈଶ୍ବର ଓ ପିତା ନିଜେ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ତୁମ୍ଭମାନଙ୍କ ନିକଟକୁ ଆମ୍ଭମାନଙ୍କ ଆଗମନର ପଥ ସୁଗମ କରନ୍ତୁ;
12ଆଉ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ଯେପରି ପ୍ରେମ, ସେହିପରି ପରସ୍ପର ସହିତ ଓ ସମସ୍ତଙ୍କ ପ୍ରତି ତୁମ୍ଭମାନଙ୍କ ପ୍ରେମ ପ୍ରଭୁ ଆହୁରି ଅଧିକ ରୂପେ ବଢ଼ାଇ ଦିଅନ୍ତୁ।
13ସେ ତୁମ୍ଭମାନଙ୍କ ହୃଦୟ ସୁସ୍ଥିର କରି ରଖନ୍ତୁ, ଯେପରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଆପଣା ସମସ୍ତ ସାଧୁଙ୍କ ସହିତ ଆଗମନ କରିବା ସମୟରେ ତୁମ୍ଭେମାନେ ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ପବିତ୍ରତାରେ ଅନିନ୍ଦନୀୟ ଦେଖାଯିବ।