୧ ଥେସଲନୀକୀୟ 3

ଆମ୍ଭମାନଙ୍କୁ ଯେ କ୍ଲେଶ ଭୋଗ କରିବାକୁ ହେବ, ଏହା ଆମ୍ଭେମାନେ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ତୁମ୍ଭମାନଙ୍କୁ ପୂର୍ବରୁ ଥରକୁଥର କହିଥିଲୁ, ପୁଣି, ସେହିପରି ଘଟିଅଛି, ତୁମ୍ଭେମାନେ ତାହା ଜାଣ।

1 Thessalonians 3:4 (UKJV) For verily, when we were with you, we told you before that we should suffer tribulation; even as it came to pass, and all of you know.

2ପୁଣି, ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଉତ୍ସାହ ଦେବାକୁ ଓ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ, ଖ୍ରୀଷ୍ଟଙ୍କ ସୁସମାଚାର କାର୍ଯ୍ୟରେ ଈଶ୍ବରଙ୍କ ସହକର୍ମୀ ଆମ୍ଭମାନଙ୍କ ଭାଇ ତୀମଥିଙ୍କୁ ପଠାଇଲୁ,

3ଯେପରି କେହି ଏହି ସମସ୍ତ କ୍ଲେଶ ମଧ୍ୟରେ ବିଚଳିତ ନ ହୁଏ। କାରଣ ଆମ୍ଭେମାନେ ଏଥିନିମନ୍ତେ ନିରୂପିତ ବୋଲି ତୁମ୍ଭେମାନେ ତ ଜାଣ।

4ଆମ୍ଭମାନଙ୍କୁ ଯେ କ୍ଲେଶ ଭୋଗ କରିବାକୁ ହେବ, ଏହା ଆମ୍ଭେମାନେ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ତୁମ୍ଭମାନଙ୍କୁ ପୂର୍ବରୁ ଥରକୁଥର କହିଥିଲୁ, ପୁଣି, ସେହିପରି ଘଟିଅଛି, ତୁମ୍ଭେମାନେ ତାହା ଜାଣ।

5ଏଥିନିମନ୍ତେ, କାଳେ ପରୀକ୍ଷକ ତୁମ୍ଭମାନଙ୍କୁ ପରୀକ୍ଷା କରିବ ଓ ଆମ୍ଭମାନଙ୍କ ପରିଶ୍ରମ ବ୍ୟର୍ଥ ହୋଇଯିବ, ଏହା ଚିନ୍ତା କରି ମୁଁ ମଧ୍ୟ ଆଉ ସହି ନ ପାରିବାରୁ ତୁମ୍ଭମାନଙ୍କ ବିଶ୍ୱାସ ବିଷୟ ଜାଣିବା ପାଇଁ ଲୋକ ପଠାଇଲି।

6କିନ୍ତୁ ଏବେ ତୀମଥି ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କ ନିକଟକୁ ଫେରିଆସି ତୁମ୍ଭମାନଙ୍କ ବିଶ୍ୱାସ ଓ ପ୍ରେମ ସମ୍ବନ୍ଧରେ, ପୁଣି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛୁ, ସେହିପରି ତୁମ୍ଭେମାନେ ସର୍ବଦା ଆମ୍ଭମାନଙ୍କୁ ସ୍ମରଣରେ ରଖି ଯେ ଆମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛ, ଏହି ବିଷୟରେ ଆମ୍ଭମାନଙ୍କୁ ସୁସମାଚାର ଦେଇଅଛନ୍ତି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.