୧ ଥେସଲନୀକୀୟ 3

ଏଥିନିମନ୍ତେ, କାଳେ ପରୀକ୍ଷକ ତୁମ୍ଭମାନଙ୍କୁ ପରୀକ୍ଷା କରିବ ଓ ଆମ୍ଭମାନଙ୍କ ପରିଶ୍ରମ ବ୍ୟର୍ଥ ହୋଇଯିବ, ଏହା ଚିନ୍ତା କରି ମୁଁ ମଧ୍ୟ ଆଉ ସହି ନ ପାରିବାରୁ ତୁମ୍ଭମାନଙ୍କ ବିଶ୍ୱାସ ବିଷୟ ଜାଣିବା ପାଇଁ ଲୋକ ପଠାଇଲି।

1 Thessalonians 3:5 (UKJV) For this cause, when I could no longer forbear, I sent to know your faith, lest by some means the tempter have tempted you, and our labour be in vain.

3ଯେପରି କେହି ଏହି ସମସ୍ତ କ୍ଲେଶ ମଧ୍ୟରେ ବିଚଳିତ ନ ହୁଏ। କାରଣ ଆମ୍ଭେମାନେ ଏଥିନିମନ୍ତେ ନିରୂପିତ ବୋଲି ତୁମ୍ଭେମାନେ ତ ଜାଣ।

4ଆମ୍ଭମାନଙ୍କୁ ଯେ କ୍ଲେଶ ଭୋଗ କରିବାକୁ ହେବ, ଏହା ଆମ୍ଭେମାନେ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ତୁମ୍ଭମାନଙ୍କୁ ପୂର୍ବରୁ ଥରକୁଥର କହିଥିଲୁ, ପୁଣି, ସେହିପରି ଘଟିଅଛି, ତୁମ୍ଭେମାନେ ତାହା ଜାଣ।

5ଏଥିନିମନ୍ତେ, କାଳେ ପରୀକ୍ଷକ ତୁମ୍ଭମାନଙ୍କୁ ପରୀକ୍ଷା କରିବ ଓ ଆମ୍ଭମାନଙ୍କ ପରିଶ୍ରମ ବ୍ୟର୍ଥ ହୋଇଯିବ, ଏହା ଚିନ୍ତା କରି ମୁଁ ମଧ୍ୟ ଆଉ ସହି ନ ପାରିବାରୁ ତୁମ୍ଭମାନଙ୍କ ବିଶ୍ୱାସ ବିଷୟ ଜାଣିବା ପାଇଁ ଲୋକ ପଠାଇଲି।

6କିନ୍ତୁ ଏବେ ତୀମଥି ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କ ନିକଟକୁ ଫେରିଆସି ତୁମ୍ଭମାନଙ୍କ ବିଶ୍ୱାସ ଓ ପ୍ରେମ ସମ୍ବନ୍ଧରେ, ପୁଣି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛୁ, ସେହିପରି ତୁମ୍ଭେମାନେ ସର୍ବଦା ଆମ୍ଭମାନଙ୍କୁ ସ୍ମରଣରେ ରଖି ଯେ ଆମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛ, ଏହି ବିଷୟରେ ଆମ୍ଭମାନଙ୍କୁ ସୁସମାଚାର ଦେଇଅଛନ୍ତି;

7ଏଥିନିମନ୍ତେ, ହେ ଭାଇମାନେ, ତୁମ୍ଭମାନଙ୍କ ବିଶ୍ୱାସ ଦ୍ୱାରା ଆମ୍ଭେମାନେ ଆମ୍ଭମାନଙ୍କ ସମସ୍ତ ସଙ୍କଟ ଓ କ୍ଲେଶ ଭୋଗରେ ତୁମ୍ଭମାନଙ୍କ ବିଷୟରେ ସାନ୍ତ୍ୱନାପ୍ରାପ୍ତ ହୋଇଅଛୁ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.