7ଏଥିନିମନ୍ତେ, ହେ ଭାଇମାନେ, ତୁମ୍ଭମାନଙ୍କ ବିଶ୍ୱାସ ଦ୍ୱାରା ଆମ୍ଭେମାନେ ଆମ୍ଭମାନଙ୍କ ସମସ୍ତ ସଙ୍କଟ ଓ କ୍ଲେଶ ଭୋଗରେ ତୁମ୍ଭମାନଙ୍କ ବିଷୟରେ ସାନ୍ତ୍ୱନାପ୍ରାପ୍ତ ହୋଇଅଛୁ;
8କାରଣ ଆମ୍ଭେମାନେ ଏବେ ଜୀବିତ ଯଦି ତୁମ୍ଭେମାନେ ପ୍ରଭୁଙ୍କଠାରେ ସୁସ୍ଥିର ହୋଇଥାଅ।
9ହଁ, ଆମ୍ଭମାନଙ୍କ ଈଶ୍ବରଙ୍କ ଛାମୁରେ ତୁମ୍ଭମାନଙ୍କ ପାଇଁ ଆମ୍ଭେମାନେ ଯେ, ସମସ୍ତେ ଆନନ୍ଦରେ ଆନନ୍ଦିତ ହେଉଅଛୁ, ସେଥିର ପ୍ରତିଦାନ ସ୍ୱରୂପେ ତୁମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କୁ କିପରି ଧନ୍ୟବାଦ ଦେଇପାରୁ?
10ତୁମ୍ଭମାନଙ୍କ ବିଶ୍ୱାସର ଯାହା କିଛି ଉଣା ଅଛି, ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ସହିତ ଯେପରି ସାକ୍ଷାତ କରିପାରୁ, ଏଥିପାଇଁ ଦିବାରାତ୍ର ପ୍ରାର୍ଥନା କରୁଅଛୁ।
11ଆମ୍ଭମାନଙ୍କ ଈଶ୍ବର ଓ ପିତା ନିଜେ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ତୁମ୍ଭମାନଙ୍କ ନିକଟକୁ ଆମ୍ଭମାନଙ୍କ ଆଗମନର ପଥ ସୁଗମ କରନ୍ତୁ;