୧ ଥେସଲନୀକୀୟ 4

ହେ ଭାଇମାନେ, ଭରସାହୀନ ଅନ୍ୟ ସମସ୍ତଙ୍କ ପରି ତୁମ୍ଭେମାନେ ଯେପରି ଶୋକାକୁଳ ନ ହୁଅ, ଏଥିନିମନ୍ତେ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ବିଷୟରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କ ଇଚ୍ଛା ନୁହେଁ।

1 Thessalonians 4:13 (UKJV) But I would not have you to be ignorant, brethren, concerning them which are asleep, that all of you sorrow not, even as others which have no hope.

11ପୁଣି, ତୁମ୍ଭମାନଙ୍କୁ ଦିଆଯାଇଥିବା ଆମ୍ଭମାନଙ୍କର ଆଜ୍ଞାନୁସାରେ ତୁମ୍ଭେମାନେ ଯେପରି ଶାନ୍ତିରେ ବାସ କରି ଆପଣା ଆପଣା କାର୍ଯ୍ୟରେ ଲାଗିବାକୁ ଓ ନିଜ ନିଜ ହାତରେ କାର୍ଯ୍ୟ କରିବାକୁ ମର୍ଯ୍ୟାଦାର ବିଷୟ ମନେ କର, ଏଥିନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ,

12ଯେପରି ବାହାର ଲୋକମାନଙ୍କ ପ୍ରତି ତୁମ୍ଭେମାନେ ସଦାଚାରୀ ହୁଅ ଆଉ ତୁମ୍ଭମାନଙ୍କର କୌଣସି ଅଭାବ ନ ହୁଏ।

13ହେ ଭାଇମାନେ, ଭରସାହୀନ ଅନ୍ୟ ସମସ୍ତଙ୍କ ପରି ତୁମ୍ଭେମାନେ ଯେପରି ଶୋକାକୁଳ ନ ହୁଅ, ଏଥିନିମନ୍ତେ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ବିଷୟରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କ ଇଚ୍ଛା ନୁହେଁ।

14କାରଣ ଯଦି ଆମ୍ଭେମାନେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ବର ଯେ ଯୀଶୁଙ୍କ ଦ୍ୱାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସାଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ୱାସ କରିବା ଉଚିତ।

15ଯେଣୁ ଆମ୍ଭେମାନେ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭମାନଙ୍କୁ ଏହା କହୁଅଛୁ, ଆମ୍ଭେମାନେ ଯେତେ ଲୋକ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଜୀବିତ ରହି ଅବଶିଷ୍ଟ ଥିବୁ, ଆମ୍ଭେମାନେ କୌଣସି ପ୍ରକାରେ ମହାନିଦ୍ରାପ୍ରାପ୍ତ ଲୋକଙ୍କର ଅଗ୍ରଗାମୀ ହେବୁ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.