୧ ଥେସଲନୀକୀୟ 4

କାରଣ ଯଦି ଆମ୍ଭେମାନେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ବର ଯେ ଯୀଶୁଙ୍କ ଦ୍ୱାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସାଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ୱାସ କରିବା ଉଚିତ।

1 Thessalonians 4:14 (UKJV) For if we believe that Jesus died and rose again, even so them also which sleep in Jesus will God bring with him.

12ଯେପରି ବାହାର ଲୋକମାନଙ୍କ ପ୍ରତି ତୁମ୍ଭେମାନେ ସଦାଚାରୀ ହୁଅ ଆଉ ତୁମ୍ଭମାନଙ୍କର କୌଣସି ଅଭାବ ନ ହୁଏ।

13ହେ ଭାଇମାନେ, ଭରସାହୀନ ଅନ୍ୟ ସମସ୍ତଙ୍କ ପରି ତୁମ୍ଭେମାନେ ଯେପରି ଶୋକାକୁଳ ନ ହୁଅ, ଏଥିନିମନ୍ତେ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ବିଷୟରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କ ଇଚ୍ଛା ନୁହେଁ।

14କାରଣ ଯଦି ଆମ୍ଭେମାନେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ବର ଯେ ଯୀଶୁଙ୍କ ଦ୍ୱାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସାଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ୱାସ କରିବା ଉଚିତ।

15ଯେଣୁ ଆମ୍ଭେମାନେ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭମାନଙ୍କୁ ଏହା କହୁଅଛୁ, ଆମ୍ଭେମାନେ ଯେତେ ଲୋକ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଜୀବିତ ରହି ଅବଶିଷ୍ଟ ଥିବୁ, ଆମ୍ଭେମାନେ କୌଣସି ପ୍ରକାରେ ମହାନିଦ୍ରାପ୍ରାପ୍ତ ଲୋକଙ୍କର ଅଗ୍ରଗାମୀ ହେବୁ ନାହିଁ।

16କାରଣ ପ୍ରଭୁ ଆପେ ଆଦେଶ ଦେଇ ପ୍ରଧାନ ଦୂତଙ୍କ ସ୍ୱର ଓ ଈଶ୍ବରଙ୍କ ତୂରୀବାଦ୍ୟ ସହିତ ସ୍ୱର୍ଗରୁ ଅବତରଣ କରିବେ, ସେଥିରେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଅଛନ୍ତି, ସେମାନେ ପ୍ରଥମରେ ଉଠିବେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.