୧ ଥେସଲନୀକୀୟ 4

କାରଣ ତୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଈଶ୍ବରଙ୍କ ଇଚ୍ଛା, ଅର୍ଥାତ୍‍, ତୁମ୍ଭେମାନେ ଯେପରି ବ୍ୟଭିଚାରରୁ ପୃଥକ୍ ରୁହ,

1 Thessalonians 4:3 (UKJV) For this is the will of God, even your sanctification, that all of you should abstain from fornication:

1ଅତଏବ, ହେ ଭାଇମାନେ, ଅବଶେଷରେ କି ପ୍ରକାର ଆଚରଣ କରି ଈଶ୍ବରଙ୍କୁ ସନ୍ତୁଷ୍ଟ କରିବା ଉଚିତ, ସେ ସମ୍ବନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପରି ଶିକ୍ଷା ପ୍ରାପ୍ତ ହୋଇଅଛ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଅନୁରୋଧ କରି ଉତ୍ସାହ ଦେଉଅଛୁ।

2ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ କି କି ଆଦେଶ ଦେଇଥିଲୁ, ତାହା ତ ତୁମ୍ଭେମାନେ ଜାଣ।

3କାରଣ ତୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଈଶ୍ବରଙ୍କ ଇଚ୍ଛା, ଅର୍ଥାତ୍‍, ତୁମ୍ଭେମାନେ ଯେପରି ବ୍ୟଭିଚାରରୁ ପୃଥକ୍ ରୁହ,

4ଆଉ, ଯେପରି ଈଶ୍ବରଙ୍କ ସମ୍ବନ୍ଧରେ ଅଜ୍ଞ ଅଣଯିହୁଦୀମାନଙ୍କ ପରି କାମାଭିଳାଷୀ ନ ହୋଇ,

5ପ୍ରତ୍ୟେକେ ପବିତ୍ର ଓ ସମାଦର ଭାବରେ ଆପଣା ଆପଣା ଶରୀରକୁ ବଶ କରିବାକୁ ଜାଣ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.