6ପୁଣି, ଯେପରି କେହି ଏହି ବିଷୟରେ ସୀମା ଅତିକ୍ରମ କରି ଆପଣା ଭାଇକୁ ପ୍ରବଞ୍ଚନା ନ କରେ, ଯେଣୁ ପ୍ରଭୁ ଏସମସ୍ତ ବିଷୟରେ ଦଣ୍ଡଦାତା, ଯେପରି ଆମ୍ଭେମାନେ ପୂର୍ବେ ମଧ୍ୟ ତୁମ୍ଭମାନଙ୍କୁ ଜଣାଇ ସାକ୍ଷ୍ୟ ଦେଇଥିଲୁ।
7କାରଣ ଈଶ୍ବର ଆମ୍ଭମାନଙ୍କୁ ଅଶୁଚିତାରେ ଜୀବନଯାପନ କରିବା ନିମନ୍ତେ ଆହ୍ୱାନ ନ କରି ପବିତ୍ର ହେବା ନିମନ୍ତେ ଆହ୍ୱାନ କରିଅଛନ୍ତି।
8ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ବର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ।
9ଭ୍ରାତୃପ୍ରେମ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ଆବଶ୍ୟକ ନାହିଁ, କାରଣ ତୁମ୍ଭେମାନେ ପରସ୍ପରକୁ ପ୍ରେମ କରିବା ନିମନ୍ତେ ଈଶ୍ବରଙ୍କ ଦ୍ୱାରା ନିଜେ ଶିକ୍ଷିତ ହୋଇଅଛ,
10ପୁଣି, ପ୍ରକୃତରେ ସମୁଦାୟ ମାକିଦନିଆରେ ଥିବା ସମସ୍ତ ଭାଇଙ୍କ ପ୍ରତି ତୁମ୍ଭେମାନେ ତାହା କରୁଅଛ। ତଥାପି, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆହୁରି ଅଧିକ ରୂପେ ତାହା କର,