୧ ଥେସଲନୀକୀୟ 5

ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ।

1 Thessalonians 5:11 (UKJV) Wherefore comfort yourselves together, and edify one another, even as also all of you do.

9କାରଣ ଈଶ୍ବର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି।

10ସେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଆମ୍ଭେମାନେ ଜାଗ୍ରତ ଥାଉ କିମ୍ବା ନିଦ୍ରିତ ଥାଉ ତାହାଙ୍କ ସହିତ ଜୀବିତ ରହିବୁ।

11ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ।

12ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ୱରୂପେ ନିଯୁକ୍ତ ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର,

13ପୁଣି, ସେମାନଙ୍କ କାର୍ଯ୍ୟ ସକାଶେ ସେମାନଙ୍କୁ ପ୍ରେମରେ ଅତ୍ୟନ୍ତ ଆଦର କର। ପରସ୍ପର ସଙ୍ଗରେ ଶାନ୍ତିରେ ରୁହ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.